Site icon Awaj Media

ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ତରଫରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହା ବିଦ୍ୟାଳୟ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ତରଫରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ . ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହା ବିଦ୍ୟାଳୟ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ତରଫରୁ ଆନ୍ତର୍ଜାତୀୟ ଯୋଗ ଦିବସ ଅଧ୍ୟାପକ ଡକ୍ଟର ସୁମନ୍ତ କୁମାର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପ୍ରାଧ୍ୟାପକ ଡକ୍ଟର ଅଜୟ କୁମାର ତ୍ରିପାଠୀ ଯୋଗ ଓ ମାନବିକତା ତଥା ମାନବିକତାର ବିକାଶ ରେ ଯୋଗର ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ । ବିଶ୍ଵ ସମାଜରେ ଭାରତୀୟ ସଂସ୍କୃତିର ପ୍ରତିଷ୍ଠା କ୍ଷେତ୍ରରେ ଯୋଗର ଭୂମିକାକୁ ଆଲୋଚନା କରି ମାନବିକତାକୁ ସମସ୍ତ ବିଶ୍ୱରେ ସଂଚରିତ କରିବା ନିମନ୍ତେ ସେ ଆହ୍ୱାନ ଦେଇଥିଲେ । ଅନ୍ୟତମ ଅତିଥି ଭାବେରେ ଯୋଗଦେଇ ଜିକୋରିୟା ଶବର ଯୋଗ ଦିବସର ମାହାତ୍ମ୍ୟ ସମ୍ପର୍କରେ ଆଲୋଚନା କରିଥିଲେ । ମହାରାଜା ବାଳକ ଉଚ୍ଚ ବିଦ୍ୟାଳୟ ତଥା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହା ବିଦ୍ୟାଳୟର ସ୍ବେଚ୍ଛାସେବୀ ମାନେ ଯୋଗଦେଇ ଏହି ଉତ୍ସବ ପାଳନ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଧରମା ରାଓ, ଆର ରମେଶ, ଅଶୋକ କୁମାର ଗୌଡ଼ ଯୋଗଦେଇ ସଭା କାର୍ଯ୍ୟ ପରିଚାଳନା କରିଥିଲେ ।

Exit mobile version