ଆନ୍ତର୍ଜାତିକ ନିଶା ଅପବ୍ୟବହାର ଓ ଅବୈଧ କାରବାର ନିରୋଧ ଦିବସ ପାଳିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଆନ୍ତର୍ଜାତିକ ନିଶା ଅପବ୍ୟବହାର ଓ ଅବୈଧ କାରବାର ନିରୋଧ ଦିବସ ଜିଲ୍ଲା ଅବକାରୀ ବିଭାଗ ତରଫରୁ ପାଳନ କରାଯାଇଛି । ଏହି କାର୍ଯ୍ୟକ୍ରମକୁ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଏବଂ ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥି ପୌରହିତ୍ୟ କରିଥିଲେ । ସ୍ଥାନୀୟ ମହାରାଜା ବାଳକ ଉଚ୍ଚ ବିଦ୍ୟାଳୟ, ସ୍କାଉଟ ଏବଂ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ଏବଂ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ବିରାଟ ଧରଣର ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ଏହି ଶୋଭାଯାତ୍ରା କୁ ଗଜପତି ଜିଲ୍ଲାପାଳ ଶ୍ରୀ ପଣ୍ଡା ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଶତପଥୀ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା ସମାଜକୁ ନିଶାଦ୍ରବ୍ୟର ଅପବ୍ୟବହାର ଏବଂ ଏହାର ଚୋରା ଚାଲାଣକୁ ରୋକା ଯାଇପାରିବ ସଚେତନତା କରିବା । ଜିଲ୍ଲାପାଳ ନିଜ ବକ୍ତବ୍ୟରେ କହିଥିଲେ ଯେ, ସମାଜକୁ ସଚେତନ କରାଇବା ଏବଂ ବିଶେଷ କରି ଯୁବ ସମାଜ ଏଥିରୁ କିପରି ନିବୃତ୍ତ ରହିବେ ସେ ନେଇ ସାମାଜିକ ସ୍ତରରେ ସଚେତନତା କରିବା ଜରୁରୀ ଅଟେ ବୋଲି କହିଥିଲେ । ଜିଲ୍ଲା ଅବକାରୀ ଅଧିକ୍ଷକ ପ୍ରଭାତ କୁମାର ସେଠି ତାଙ୍କର ଅଭିଭାଷଣ ଦେଇ ଏକ ନିଶାମୁକ୍ତ ସମାଜ ଗଠନ କରିବାର ପ୍ରେରଣା ଦେଇଥିଲେ । ଏଥିରେ ଯୋଗଦାନ କରିଥିବା ଛାତ୍ରଛାତ୍ରୀ ମାନେ ସେମାନଙ୍କ ବହୁମୂଲ୍ୟ ବକ୍ତବ୍ୟ ଶୁଣିଥିଲେ । ଏହି ଶୋଭାଯାତ୍ରା କାର୍ଯ୍ୟକ୍ରମକୁ ଗଜପତି ଜିଲ୍ଲା ଅବକାରୀ ବିଭାଗର ସମସ୍ତ ଅଧିକାରୀ ଏବଂ କର୍ମଚାରୀ ମାନେ ପରିଚାଳନା କରିଥିଲେ ।

Leave a Reply

Your email address will not be published. Required fields are marked *