5 T ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପ୍ରଶିକ୍ଷଣ ଶିବିର !!!

0
343

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ରାଜ୍ୟ ସରକାରଙ୍କ 5 T ଅନ୍ତର୍ଗତ ଗଜପତି ଜିଲ୍ଲାର ଚତୁର୍ଥ ପର୍ଯ୍ୟାୟରେ ୩ ଟି ବ୍ଳକର ୧୭ ଟି ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟର ୫୦ ଜଣ ଶିକ୍ଷକ / ଶିକ୍ଷୟିତ୍ରୀଙ୍କୁ ନେତୃତ୍ବ ବିକାଶ ଓ ଡିଜିଟାଲ କୌଶଳ ଭିତ୍ତିକ ତାଲିମ ୧୨ ଜୁଲାଇ ୨୦୨୨ ଠାରୁ ୧୬ ଜୁଲାଇ ୨୦୨୨ ପର୍ଯ୍ୟନ୍ତ ୫ ଦିନିଆ ତାଲିମ ଶିବିର ସ୍ଥାନୀୟ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଓସେପା ଆନୁକୂଲ୍ୟରେ ଆୟୋଜନ କରାଯାଇଛି । ଏଥିରେ ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୋଷ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ୱଳନ କରି ଉଦଘାଟନ କରି ବିଦ୍ୟାଳୟ ଗୁଡିକ ରେ ସ୍ମାର୍ଟ କ୍ଲାସରୁମ , ବିଜ୍ଞାନଗାର ଓ ଇ -ପାଠାଗାର ର ସୁବିନିଯୋଗ ଉପରେ ଗୁରୁତ୍ୱ ଆରୋପ କରିଥିଲେ l ଜିଲ୍ଲା ବିଜ୍ଞାନ ନିରୀକ୍ଷକ ସାତ୍ମିକ କୁମାର ପଟନାୟକ ସ୍ୱାଗତ ଭାଷଣ ଦେବା ସଙ୍ଗେ ପାରମ୍ପରିକ ପଦ୍ଧତି ରେ ଓ ଇଲେକ୍ଟ୍ରୋନିକ ଓ ଡିଜିଟାଲ ପଦ୍ଧତି ରେ ମିଳିତ ଭାବେ ଶିକ୍ଷାଦାନ ଦ୍ୱାରା ଶିକ୍ଷା ଦାନ ପ୍ରକ୍ରିୟା ସରଳ କରିବା ଏହି ପ୍ରଶିକ୍ଷଣ ର ମୁଖ୍ୟ ଉଦ୍ଦେଶ୍ୟ ବୋଲି କହିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ , ପି.ଶିବ କୁମାର, ଓ ଏଲ. ଦିଲୀପ କୁମାର, ପ୍ରଶିକ୍ଷକ ଭାବେ ନିୟୋଜିତ ହୋଇ ପ୍ରଶିକ୍ଷଣ କାର୍ଯ୍ୟ କୁ ସୂଚାରୁ ରୂପେ ପରିଚାଳନା କରିଥିଲେ , ମହାରାଜା ବାଳକ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ମିନାକ୍ଷୀ ପାଢୀ ଏବଂ ମହାରାଜା ବାଳିକା ଉଚ୍ଚ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ପ୍ରଶାନ୍ତ କୁମାର ପ୍ରଧାନ, ଲିଙ୍ଗରାଜ ପାଢୀ, ୱାଇ ଧର୍ମା ରାଓ, ଦେବଦାସ ତାମରପୁ , ସନ୍ତୋଷ କୁମାର ଆଚ।ରି ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l ଏହି ତାଲିମ ଜିଲ୍ଲାର ସମସ୍ତ ଉଚ୍ଚ ବିଦ୍ୟାଳୟର ସବୁ ଶିକ୍ଷକ / ଶିକ୍ଷୟିତ୍ରୀ ମାନଙ୍କ ପାଇଁ ସମ୍ପ୍ରସାରିତ ହେବାର ଯୋଜନା ଥିବା କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ କରାଯାଇଅଛି । ଅନ୍ତିମ ଦିନରେ ଜିଲ୍ଲା ଶିକ୍ଷା ଅଧିକାରୀ ଓ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ସାତ୍ମିକ କୁମାର ପଟନାୟକ ପ୍ରଶିକ୍ଷଣ ଶିବିରରେ ଉପସ୍ଥିତ ସମସ୍ତ ଶିକ୍ଷକ / ଶିକ୍ଷୟିତ୍ରୀ ମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରିଥିଲେ ।

 

 

 

 

LEAVE A REPLY

Please enter your comment!
Please enter your name here