ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଲୋକସଭା ସାଂସଦ ଚନ୍ଦ୍ର ଶେଖର ସାହୁଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜି. ତିରୁପତି ରାଓ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ , ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ପ୍ରଶାସକ, ପୁର୍ତ୍ତ ବିଭାଗର ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ ସହକାରୀ କାର୍ଯ୍ୟ ନିର୍ବାହୀ ଅଧିକାରୀ ବିଭିନ୍ନ ବ୍ଳକର ଅଧ୍ୟକ୍ଷ, ଜିଲ୍ଲା ପରିଷଦ ସଭ୍ୟ ସଭ୍ୟା ପ୍ରମୁଖଙ୍କ ସହ ବିଭିନ୍ନ ବିଭାଗର ବିଭିନ୍ନ ଯନ୍ତ୍ରୀ ଓ ସହକାରୀ ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ । ଏହି ବୈଠକରେ ରାସ୍ତା ଉନ୍ନତି ଏବଂ ଭିତ୍ତି ଭୂମି ପରିଯୋଜନା, ଜିଲ୍ଲା ବିଦ୍ୟୁତ କମିଟି, ମୋବାଇଲ ସେବାର ସୁପ୍ରସାର, ପ୍ରଧାନମନ୍ତ୍ରୀ ସଡକ ଯୋଜନା ଓ ପୁର୍ତ୍ତ ବିଭାଗର ବିଭିନ୍ନ ପ୍ରକଳ୍ପ ଉପରେ ଆଲୋଚନା ହୋଇଥିଲା । ଅନୁଷ୍ଠିତ ବୈଠକରେ ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସହିତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ ।
ସାଂସଦ ଚନ୍ଦ୍ରଶେଖର ସାହୁଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ !!!

