Site icon Awaj Media

ସହିଦ ଦିବସ ପୂର୍ବରୁ କନ୍ଧମାଳ ରେ ମାଓ ପୋଷ୍ଟର !!!

Spread the love

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ଚଳିତ ମାସ ୨୮ ତାରିଖରୁ ୪ ତାରିଖ ଯାଏ ମାଓବାଦୀ ମାନେ ସହିଦ ସପ୍ତାହ ପାଳନ କରିବେ l ଏହି ପରିପ୍ରେକ୍ଷୀରେ ସହିଦ ସପ୍ତାହ ଆରମ୍ଭ ପୂର୍ବରୂ କନ୍ଧମାଳ ର ବିଭିନ୍ନ ସ୍ଥାନ ରେ ମାଓ ପୋଷ୍ଟର ଦେଖିବାକୁ ମିଳିଛି l କୋଟଗଡ଼ ଥାନା ଅନ୍ତର୍ଗତ ରଡ଼ିଗୁମା ଠାରେ ମାଓ ପୋଷ୍ଟର ଦେଖିବାକୁ ମିଳିଛି l ଯାହାକି, ଅଞ୍ଚଳବାସୀ ଭୟଭୀତ ହୋଇ ପଡିଛନ୍ତି l ରଡ଼ିଗୁମା ଉପ ସ୍ବାସ୍ଥ୍ୟକେନ୍ଦ୍ର ପାଚେରୀ ରେ ଦୁଇଟି, ସିନାଗୁଡ଼ା ପ୍ରାଥମିକ ବିଦ୍ୟାଳୟ ଓ ଛକ ରେ ଗୋଟିଏ ଲେଖାଏଁ ମାଓ ପୋଷ୍ଟର ମରାଯାଇଥିବା ଦେଖିବାକୁ ମିଳିଥିଲା l ଏ ସବୁ ପୋଷ୍ଟର ରେ ରଡ଼ିଗୁମା ର ରମେଶ ନାୟକ ଓ ଓଁଡାଙ୍ଗମାଳ ର ଜଣଙ୍କ ନାମରେ ଚେତାବନୀ ଦିଆଯାଇଛି l ସେଥିରେ ପୋଲିସ ର ଇନଫରମର ନ ସାଜିବା, ଝିଅ ବୋହୁ ଙ୍କ ବଦନାମ ହେଲା ପରି କାମ ନ କରିବା, ଆଦି ଜନ ବିରୋଧୀ କାର୍ଯ୍ୟ ନକରିବା କୁହାଯିବା ସହ ଅଞ୍ଚଳ ଛାଡି ଚାଲିଯିବା ଲାଗି ଧମକ ମଧ୍ୟ ଦିଆଯାଇଛି l ଏକଥା ନ ଶୁଣିଲେ ଜନ ଅଦାଲତ ରେ ମୃତ୍ୟୁଦଣ୍ଡ ଦିଆଯିବ ବୋଲି ଚେତାବନୀ ଦିଆଯାଇଛି l ତଳେ ସିପିଆଇ ମାଓବାଦୀ, ବାଘଉନା ଡିଭିଜନ କମିଟି ବୋଲି ଉଲ୍ଲେଖ ରହିଛି l ଆଗକୁ ମାଓବାଦୀଙ୍କ ସହିଦ ସପ୍ତାହ ଆରମ୍ଭ ହେଉଥିବାରୁ ଏ ସମୟ ମଧ୍ୟରେ ମାଓବାଦୀ ମାନେ କିଛି ଅଘଟଣ ଘଟାଇବା ଆଶଙ୍କା କରାଯାଉଛି l ଏଣୁ ଚଳିତ ମାସ ୨୮ ରୁ ୪ ତାରିଖ ପର୍ଯ୍ୟନ୍ତ ମାଓ ଇଲାକା ଦେଇ ଯାଉଥିବା ସମସ୍ତ ସରକାରୀ ବସ ସେବା ଯାତାୟାତ ବନ୍ଦ ରହିବ ବୋଲି ଜଣାପଡିଛି l ପୋଲିସ ମଧ୍ୟ ମାଓ ଇଲାକା କୁହାଯାଉଥିବା କୋଟଗଡ଼, ତୁମୁଡିବନ୍ଧ, ବେଲଘର, ଫିରିଙ୍ଗିଆ, ଗୋଛାପଡା, ବାଲିଗୁଡା, ଦାରିଙ୍ଗବାଡି, ବ୍ରାହ୍ମଣୀଗାଁ ଆଦି ଥାନା ଅଞ୍ଚଳ ରେ ସତର୍କ ଦ୍ରୁଷ୍ଟି ରଖିବା ସହ କମ୍ବିଂ ଅପରେସନ କୁ ଜୋରଦାର କରିଥିବା ବିଷୟ କନ୍ଧମାଳର ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି l

Exit mobile version