ବାଲୁଗାଁ ରଘୁନାଥପୁର ଗ୍ରାମରେ ସଂଘବଦ୍ଧ ଆକ୍ରମଣରେ ବୃଦ୍ଧଙ୍କର ମୃତ୍ୟୁ !!!

Spread the love

ବାଲୁଗାଁ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ସିଙ୍ଗେଶ୍ୱର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗ୍ରାମରେ ଗତକାଲି ରାତିରେ ସଂଘବଦ୍ଧ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବାର ଅଭିଯୋଗ ହୋଇଛି । ସୂଚନା ମୁତାବକ ରଘୁନାଥପୁର ଗ୍ରାମର ନିରଞ୍ଜନ ସାହୁଙ୍କ ବାପା ରଙ୍କନାଥ ସାହୁଙ୍କୁ (୭୦) ପୂର୍ବ ଦିନର କୌଣସି ଏକ ଘଟଣାକୁ ନେଇ ଗ୍ରାମର କିଛି ଖଳ ପ୍ରକୃତିର ଲୋକ ସଂଘ ବଦ୍ଧ ଭାବେ ଆକ୍ରମଣ କରିଥିଲେ । ଆକ୍ରମଣରେ ଘଟଣା ସ୍ଥଳରେ ରଙ୍କନାଥ ସାହୁ ମୁର୍ମୁଶୁ ଅବସ୍ଥାରେ ତଳେ ପଡି ଯାଇଥିବା ବେଳେ ଗ୍ରାମବାସୀଙ୍କ ସହାୟତାରେ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ମାତ୍ର ଡାକ୍ତର ଶ୍ରୀ ସାହୁଙ୍କୁ ମୃତ ଘୋଷଣା କରିଥିଲେ । ଘଟଣା ସମ୍ପର୍କରେ ଖବର ପାଇ ମେଡିକାଲରେ ପୋଲିସ ପହଞ୍ଚି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି । ମୃତକଙ୍କ ପୁଅ ନିରଞ୍ଜନଙ୍କ ଏତଲା କ୍ରମେ ବାଲୁଗାଁ ପୋଲିସ କେଶ ନଂ ୧୫୨ / ୨୨ରେ ଏକ ମାମଲା ରୁଜୁ କରି ଚାରି ଜଣଙ୍କୁ ଥାନାରେ ଅଟକ ରଖିଥିବା ବେଳେ ଅନ୍ୟ ଅଭିଯୁକ୍ତ ମାନେ ଫେରାର ହୋଇ ଯାଇଛନ୍ତି ।

Leave a Reply

Your email address will not be published. Required fields are marked *