Site icon Awaj Media

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୬ ତମ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ !!!

Spread the love

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୬ ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ସ୍ଥାନୀୟ ଉପ-ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଉପ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଏଥିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପୂର୍ଵ ବର୍ଷ ମାନଙ୍କ ଭଳି ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ସମ୍ପର୍କ ରେ ଆଲୋଚନା କରାଯାଇ ରାଜ୍ୟ ସରକାର ଙ୍କ କୋଭିଡ ଗାଇଡ଼ଲାଇନ ଅନୁସାରେ ପାଳନ କରାଯିବ | ଏହି ପ୍ରସ୍ତୁତି ବୈଠକ ରେ ବାଲିଗୁଡା ବିଜ୍ଞପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ଏସିଏଫ ସୌମ୍ୟ ରଞ୍ଜନ ସାହୁ, ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ସାମନ୍ତ ବିଶମ୍ବର ମହାପାତ୍ର, ତହସିଲଦାର ଶଶାଙ୍କ ଶେଖର ପାତ୍ର, ବ୍ଲକ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ, ଶିକ୍ଷକ, ଶିକ୍ଷୟତ୍ରୀ,ବୁଦ୍ଧିଜୀବୀ, ସୂଚନା ଓ ଲୋକ ସମ୍ପର୍କ ବିଭାଗ କର୍ମଚାରୀ ଅଭିମନ୍ୟୁ ପ୍ରଧାନ, ଶିକ୍ଷକ ତୀର୍ଥବାସୀ ଘଡେଇ, ତଥା ବିଭିନ୍ନ ଉଚ୍ଚପଦସ୍ଥ ଅଧିକାରୀ, ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଯୋଗ ଦେଇଥିଲେ | ଏହି କାର୍ଯ୍ୟକ୍ରମକୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀ ମାନସ କୁମାର ମଳିକ ସୁଚାରୁରୂପେ ପରିଚାଳନା କରି ସମ୍ପାଦନ କରିଥିଲେ |

Exit mobile version