ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ନିରଞ୍ଜନ ସାହୁ : + ୩ ନାମଲେଖା ପାଇଁ ପ୍ରକ୍ରିୟା ଆରମ୍ଭ । ଅଗଷ୍ଟ ୧୧ ରୁ ୨୫ ଯାଏଁ + ୩ ନାମଲେଖା ପାଇଁ ଛାତ୍ରଛାତ୍ରୀ ମାନେ ଆବେଦନ କରିପାରିବେ । ଅଗଷ୍ଟ ୩୧ ତାରିଖରେ ପ୍ରକାଶ ପାଇବ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା । ସେପ୍ଟେମ୍ବର ୨ ରୁ ୫ ଯାଏଁ ପ୍ରଥମ ପର୍ଯ୍ୟାୟ ନାମଲେଖା ଅନୁଷ୍ଠିତ ହେବ । ସେହିପରି ସେପ୍ଟେମ୍ବର ୧୧ ତାରିଖରେ ଦ୍ୱିତିୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ । ସେପ୍ଟେମ୍ବର ୧୨ ରୁ ୧୪ ଯାଏଁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ହେବ । ଶେଷରେ ୧୬ ତାରିଖରେ ଖାଲି ଥିବା ସିଟ ତାଲିକା ପ୍ରକାଶ ପାଇବ । ପୂର୍ବରୁ ବିଜ୍ଞାନ, ବାଣିଜ୍ୟ ଫଳ ପ୍ରକାଶ ପାଇଥିବା ବେଳେ ଆଜି କଳା ରେଜଲ୍ଟ ପ୍ରକାଶ ପାଇଛି । ଚଳିତ ବର୍ଷ ଯୁକ୍ତ ଦୁଇ କଳାରେ ପାସହାର ୮୨.୧୦ ପ୍ରତିଶତ ରହିଛି । ଖୋର୍ଦ୍ଧା ଜିଲ୍ଲାରେ ପାସହାର ସର୍ବାଧିକ ଥିବାବେଳେ, ନବରଙ୍ଗପୁର ରେ ଯୁକ୍ତ ଦୁଇ କଳା ଛାତ୍ରଛାତ୍ରୀଙ୍କ ପାସହାର ସବୁଠୁ ନିରାଶଜନକ ରହିଛି ।