ଆଜାଦି କି ଅମୃତ ମହୋତ୍ସବ ପାଳନ ଅବସରରେ ଶାଳିଆ ପ୍ରେସ କ୍ଲବ ଓ ନିରାକାରପୁର ସାମ୍ବାଦିକଙ୍କ ପକ୍ଷରୁ ଚିଲିକାରେ ବାଇକ ଶୋଭାଯାତ୍ରା !!!

Spread the love

ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ସାରା ଦେଶ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ‘ ଆଜାଦି କି ଅମୃତ ମହୋତ୍ସବ ’ ପାଳନ କରୁଥିବା ବେଳେ ଆଜି ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ସାମ୍ବାଦିକ ସଂଘ ଏବଂ ବାଲୁଗାଁ ସ୍ଥିତ ଶାଳିଆ ପ୍ରେସ କ୍ଲବର ମିଳିତ ଆନୁକୂଲ୍ୟରେ ଉକ୍ତ କାର୍ଯ୍ୟକ୍ରମ ପାଳନ କରାଯାଇଛି । ପ୍ରଥମେ ନିରାକାରପୁର ସାମ୍ବାଦିକ ମାନେ ଶ୍ରୀରାମ ମନ୍ଦିର ପରିସରରୁ ବାଣପୁର ଅଭିମୁଖେ ତ୍ରିରଙ୍ଗା ପତାକା ଧରି ଏକ ବାଇକ ଶୋଭାଯାତ୍ରାରେ ବାହାରିଥିଲେ । ନିରାକାରପୁର ଠାରେ ଟାଙ୍ଗୀ ରେଞ୍ଜର ଦେବାଶିଷ ଭୋଇ ପ୍ରଥମେ ଜାତୀୟ ପତାକା ଦେଖାଇ ଉକ୍ତ ଶୋଭାଯାତ୍ରାର ଶୁଭାରମ୍ଭ କରିଥିଲେ । ଶୋଭାଯାତ୍ରାଟି ବାଲୁଗାଁ ପହଞ୍ଚିବା ପରେ ଶାଳିଆ ପ୍ରେସ କ୍ଲବର ସଦସ୍ୟ ମାନେ ଏଥିରେ ସାମିଲ ହୋଇ ଅଜାଦି କି ଅମୃତ ମହୋତ୍ସବର ନାରା ଦେଇ ବାଲୁଗାଁ ଓ ବାଣପୁର ସହର ପରିକ୍ରମା କରିଥିଲେ ଏବଂ ପରିଶେଷରେ ମା’ ଭଗବତୀ ମନ୍ଦିରରେ ମା ଙ୍କୁ ଦର୍ଶନ କରି ଶୋଭାଯାତ୍ରାକୁ ସମାପନ କରିଥିଲେ । ପରବର୍ତ୍ତୀ ସମୟରେ ବଡ଼କୁଳସ୍ଥିତ ରାମେଶ୍ୱର ମନ୍ଦିରରେ ସମସ୍ତ ସାମ୍ବାଦିକ ମାନେ ପହଞ୍ଚି ଏକ ସଭାର ଆୟୋଜନ କରିଥିଲେ । ଉକ୍ତ ସଭାରେ ବାଲୁଗାଁ ଅଶୋକନଗରର ସ୍ୱର୍ଣ୍ଣ ପଦକଧାରୀ କ୍ରିଷ୍ଣା ଶିକାରୀଙ୍କୁ ଉଭୟ ସଂଘ ତରଫରୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧନା ଦିଆଯାଇଥିଲା । କାର୍ଯ୍ୟକ୍ରମକୁ ଉଭୟ ସଂଘର ସଭାପତି ଏବଂ ଅନ୍ୟ ସଦସ୍ୟ ମାନେ ପରିଚାଳନା କରିଥିଲେ ।

Leave a Reply

Your email address will not be published. Required fields are marked *