ସମୁଦ୍ର ଭିତରକୁ ପ୍ରବେଶ ନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସତର୍କ ସୂଚନା !!!

Spread the love

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ନିରଞ୍ଜନ ସାହୁ : ସମୁଦ୍ର ଭିତରକୁ ପ୍ରବେଶ ନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସତର୍କ ସୂଚନା । ଲଘୁଚାପ ପ୍ରଭାବରେ ରାଜ୍ୟରେ ଦକ୍ଷିଣ – ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଯାଇଛି । ରାଜ୍ୟର ବହୁ ସ୍ଥାନରେ ମୌସୁମୀ ଜନିତ ବର୍ଷା ମଧ୍ୟ ଜାରି ରହିଛି । ୧୧ ତାରିଖ ଦିନ ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ସମ୍ବଲପୁର, ଯାଜପୁର ଓ ଭଦ୍ରକ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିଭଳି ୧୨ ତାରିଖ ଦିନ ମଧ୍ୟ ଗଜପତି, ଗଞ୍ଜାମ, ନୟାଗଡ଼, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ କନ୍ଧମାଳ ଆଦି ଜିଲ୍ଲାରେ ଭାରି ବର୍ଷାର ସମ୍ଭାବନା ରହିଛି । ଉପକୂଳ ଓଡ଼ିଶା ଓ ସଂଲଗ୍ନ ଉତ୍ତରପଶ୍ଚିମ ତଥା ପଶ୍ଚିମ – କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କିମି ରହିବ । ତେଣୁ ସମୁଦ୍ର ଭିତରକୁ ପ୍ରବେଶ ନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପରାମର୍ଶ ଦେଇଛି । ନୂଆପଡ଼ା, ସୋନପୁର, ବଲାଙ୍ଗୀର, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ଜଗତସିଂହପୁର ଆଦି ଜିଲ୍ଲା‌‌ରେ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୩ ତାରିଖରୁ ପୁଣି ରାଜ୍ୟରେ ବର୍ଷାର ପ୍ରଭାବ ବଢ଼ିବ । ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ ଓ ଗଞ୍ଜାମ ଆଦି ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବ । ଏଥି ସହ ମାଲକାନଗିରି, କୋରାପୁଟ, ନୟାଗଡ଼, ଖୋର୍ଦ୍ଧା , ପୁରୀ, କଟକ, ବୌଦ୍ଧ, ବରଗଡ଼, ସୋନପୁର, ସମ୍ବଲପୁର ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *