ପିପିଲି ଟୋଲଗେଟ୍‌ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍‌ : ଜଣେ ମୃତ, ୩୦ରୁ ଊର୍ଦ୍ଧ୍ବ ଆହତ !!!

Spread the love

ପିପିଲି ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ପିପିଲି ଟୋଲଗେଟ୍‌ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍‌ , ଜଣେ ମୃତ, ୩୦ରୁ ଊର୍ଦ୍ଧ୍ବ ଆହତ । ଭୁବନେଶ୍ବରରୁ କାକଟପୁର ଅଭିମୁଖେ ଯାଉଥିବା ଘରୋଇ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତା ମଝିରେ ଥିବା ଡିଭାଇଡର ଉପରେ ପିଟିହୋଇ ଓଲଟିଲା । ଘଟଣାସ୍ଥଳରେ ଜଣଙ୍କର ଶୋଚନୀୟ ମୃତ୍ୟୁ ଘଟିଛି । ଦୁର୍ଘଟଣାରେ ବସରେ ଥିବା ୩୦ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ ୭ ଜଣ ଶିଶୁ ଥିବା ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *