ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ଆଜାଦି କା ଅମୃତ ମହୋତ୍ସବ ଅବସରରେ ନୟାଗଡ଼ ଜିଲ୍ଲା ବାଲୁଗାଁ ବିଜେପି ପକ୍ଷରୁ ବାଲୁଗାଁ ପଞ୍ଚାୟତରେ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା I ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ ହର ଘର ତ୍ରିରଙ୍ଗା ଅଭିଯାନ ନେଇ ବିଶାଳ ବାଇକ ଶୋଭାଯାତ୍ରା ମାଧ୍ୟମରେ ଜନ ସଚେତନତା ସୃଷ୍ଟି କରାଯାଇଥିଲା I ବାଲୁଗାଁ ବିଜେପି ନେତା ସଞ୍ଜୟ କୁମାର ନାୟକ ଓ ଅଜୟ କୁମାର ନାୟକଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ବିଶାଳ ବାଇକ ଶୋଭାଯାତ୍ରାରେ ଜିଲ୍ଲା ବିଜେପି ସଭାପତି ଲାଲା ମନୋଜ ରାୟ, ବିଜେପି ନେତା ସନ୍ତୋଷ କୁମାର ପ୍ରଧାନଙ୍କ ସମେତ ଶତାଧିକ ବଜେପି କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ l