Site icon Awaj Media

ଗ୍ରାମ୍ୟମୁଖୀ ପ୍ରଶାସନ ଓ ଜନ ଅଭିଯୋଗ ଶୁଣାଣୀ ଶିବିର !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଗୁମ୍ମା ବ୍ଳକର ଅଜୟଗଡ଼ ଗ୍ରାମ ପଞ୍ଚାୟତ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ଓ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଏହି ଅଭିଯୋଗ ଶୁଣାଣୀରେ ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ରୋମାଞ୍ଚଳ ଖମାରୀ, ଗୁମ୍ମା ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବ୍ଳକ ଅଧକ୍ଷ ଙ୍କ ସମେତ ବହୁ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ବ୍ଳକ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଶିବିରରେ 74 ଟି ଅଭିଯୋଗ ଆସିଥିବା ବେଳେ 5 ଟି ଅଭିଯୋଗ ତୁରନ୍ତ ସମାଧାନ କରି ପଦକ୍ଷେପ ନିଆଯାଇଛି । ଅନ୍ୟ 69 ଟି ଅଭିଯୋଗ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦିଆଯାଇଛି । 318 ଜଣ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରାଯାଇଛି । ପ୍ରକୃତ ହିତାଧିକାରୀଙ୍କୁ ହ୍ୱିଲ ଚେୟାର ଓ ଆଶାବାଡ଼ି ବଣ୍ଟନ କରାଯାଇଛି ।

Exit mobile version