ବାଲୁଗାଁ ରେଳ ଷ୍ଟେସନରେ ଅବକାରୀ ଓ ଆରପିଏଫର ମିଳିତ ଚଢ଼ାଉ : ଗଞ୍ଜେଇ ଜବତ, ଅଭିଯୁକ୍ତ ଗିରଫ !!!

Spread the love

ବାଲୁଗାଁ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ରୋଡ଼ ରେଳ ଡିଭିଜନ ଅନ୍ତର୍ଗତ ବାଲୁଗାଁ ରେଳ ଷ୍ଟେସନ ପରିସରରେ ଆଜି ଅବକାରୀ ଓ ଆରପିଏଫର ମିଳିତ ଚଢ଼ାଉ କରାଯାଇ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ଜଣକ ହେଲେ ଗଞ୍ଜାମ ଜିଲ୍ଲା ଖଲିକୋଟ ଥାନା କୈରାସୀ ଗ୍ରାମର ରାଜେଶ୍ୱର ଜେନା । ତାଙ୍କ ନିକଟରୁ ୧୬ କେଜି ଗଞ୍ଜେଇ ଜବତ ହୋଇଛି । ଏ ସଂକ୍ରାନ୍ତରେ ଅବକାରୀ ବିଭାଗ ପିଆର ନମ୍ବର ୪୧/୨୨-୨୩ ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି । ଉକ୍ତ ଚଢ଼ାଉରେ ଟାଙ୍ଗୀ ରେଞ୍ଜ ଅବକାରୀ ଇନ୍ସପେକ୍ଟର ଆଲୋକ କୁମାର ପ୍ରଧାନ, ବାଲୁଗାଁ ଆରପିଏଫ ଆଇଆଇସି ଜିତେନ୍ଦ୍ର ମୌର୍ଯ୍ୟ, ବାଲୁଗାଁ ଅବକାରୀ ଅଧିକାରୀ ରୋହିତ ଦଣ୍ଡସେନା, ଆରପିଏଫ ଏଏସଆଇ ଏସ.ଅର୍ଜୁନ ପାତ୍ର ଆଦି ସାମିଲ ଥିଲେ ।

Leave a Reply

Your email address will not be published. Required fields are marked *