ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ବୌଦ୍ଧ ଜିଲ୍ଲା ରୁ ଅନୁଗୁଳ ଜିଲ୍ଲା ଦେଇ ଚୋରା ଗଞ୍ଜେଇ ଚାଲାଣ ବେଳେ କାର ସହ ବିପୁଳ ପରିମାଣର ଗଞ୍ଜେଇ ଧରିବାକୁ ସଫଳ ହୋଇଛି ଛେଣ୍ତିପଦା ଥାନା ପୁଲିସ । ଜବତ କାରରୁ ୮୭ କେଜି ଗଞ୍ଜେଇ ଜବତ କରିବା ସହ ଚୋରା କାରବାରରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରିଛି । ସୂଚନା ଅନୁସାରେ ବୌଦ୍ଧ ଜିଲ୍ଲାରୁ ଏକ କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଛେଣ୍ଡିପଦା ପୁଲିସ ଛେଣ୍ଡିପଦା ଫରେଷ୍ଟ ଅଫିସ ନିକଟରେ ଛକି ରହିଥିଲା । ସନ୍ଦେହରେ ଏକ ଅଲ୍ଟୋ କାରକୁ ଅଟକାଇ ଜାଞ୍ଚ ସେଥିରେ ୮୪ ଟି ପ୍ୟାକେଟରେ ଗଞ୍ଜେଇ ଥିବା ଦେଖା ଯାଇଥିଲା । ଓଜନ ବେଳେ ସମୁଦାୟ ୮୭ କେଜି ଗଞ୍ଜେଇ ଥିବା ଜଣା ପଡିଛି । ଏହି ଗଞ୍ଜେଇ ଚାଲାଣ ଅଭିଯୋଗରେ ପୁଲିସ ତିନି ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ମାନେ ବୌଦ୍ଧ ଜିଲ୍ଲା ଓଲଣ୍ଡା ଅଞ୍ଚଳର ରମାକାନ୍ତ ନାୟକ , ଭୋଳା ସ୍ବାଇଁ ଓ ରେଢାଖୋଲ ଥାନା ଲାଣ୍ଡିମାଳର ବବୁଲ ଲୁହା ବୋଲି ଜଣା ପଡିଛି ।
ବିପୁଳ ପରିମାଣର ଗଞ୍ଜେଇ ଜବତ କଲା ଛେଣ୍ତିପଦା ଥାନା ପୁଲିସ !!!

