ବାଲୁଗାଁ ଏନଏସିରେ ନିଖିଳ ସ୍ୱାୟତ୍ତ ଶାସନ ଦିବସ ପାଳିତ !!!

Spread the love

ବାଲୁଗାଁ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରାତଃ କାଳରେ ରାମଧୁନ ଗାନ କରାଯିବା ସହ ପରିଷଦ କାର୍ଯ୍ୟାଳୟରେ ଅଧ୍ୟକ୍ଷା ସୁକାନ୍ତି ପାଇକରାୟ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ପରେ ଅଧ୍ୟକ୍ଷାଙ୍କ ସମେତ ସମସ୍ତ କାଉନସିଲର, କାର୍ଯ୍ୟନିର୍ବାହୀ ଅଧିକାରିଣୀ ସ୍ୱପ୍ନା ରାଣୀ ପାଢ଼ୀ ଏବଂ କର୍ମଚାରୀ ମାନେ ଗାନ୍ଧୀ ମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ସ୍ଥାନୀୟ ସ୍ୱାସ୍ଥ୍ୟ କେନ୍ଦ୍ରରେ ରୋଗୀମାନଙ୍କୁ ଫଳ ବଣ୍ଟନ କରିବା ସହ ଜରାଶ୍ରମରେ ଅନ୍ତେବାସୀଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରିଥିଲେ ।

ବିଭିନ୍ନ ୱାର୍ଡରେ ୭ ଗୋଟି ପ୍ରକଳ୍ପର ଶୁଭ ଉଦଘାଟନ କରିବା ସହ ୧୨ ଗୋଟି ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା । ମଧ୍ୟାହ୍ନରେ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ଅନୁଷ୍ଠିତ ସଭାରେ ଏନଏସିକୁ ସରସ ସୁନ୍ଦର କରି ଗଢି ତୋଳିବା ପାଇଁ ବିଭିନ୍ନ ଉନ୍ନତମୂଳକ କାର୍ଯ୍ୟ ଉପରେ ଧ୍ୟାନ ଦେବା ଉପରେ ଗୁରୁତ୍ୱ ଦିଆଯାଇଥିଲା । ସଭା ଶେଷରେ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ବିତରଣ କରାଯିବା ସହ ଚତୁର୍ଥ ଶ୍ରେଣୀ ଓ ପରିମଳ କର୍ମଚାରୀଙ୍କୁ ପୋଷାକ ବଣ୍ଟନ କରାଯାଇଥିଲା ।

Leave a Reply

Your email address will not be published. Required fields are marked *