ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ର ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ନିଖିଳ ଭାରତ ସ୍ୱାୟତ ଶାସନ ଦିବସ ପାଳିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ମାନ୍ୟବର ମନ୍ତ୍ରୀ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଏବଂ ସମବାୟ ବିଭାଗର ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ. ତିରୁପତି ରାଓ , ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀ, ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ରାଜଜେମା କଲ୍ୟାଣି ଗଜପତି, ପାରଳା ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ପାରଳା ପୌର ପରିଷଦ ଉପାଧ୍ୟକ୍ଷ ଲେଙ୍କା ମଧୁ , ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରା ପ୍ରମୁଖ ମଞ୍ଚାସିନ ଥିଲେ । ମନ୍ତ୍ରୀ ଅତନୁ ସବ୍ୟସାଚୀ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଶୁଭ ଉଦଘାଟନ କରିଥିଲେ , ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ଦେଇଥିଲେ କାର୍ଯ୍ୟ ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରା । ଏହି କାର୍ଯ୍ୟକ୍ରମ ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ପେନସନ, ଜାଗା ମିଶନ, ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର, ଅବସର ଗ୍ରହଣ କରି ଥିବା କର୍ମଚାରୀ ଙ୍କୁ ସମ୍ବର୍ଦ୍ଧନା , ସ୍ୱାୟତ ଶାସନ ଦିବସ ଉପଲକ୍ଷେ ହୋଇଥିବା ପ୍ରତିଯୋଗିତାରେ କୃତି ହୋଇଥିବା ବ୍ୟକ୍ତି ବିଶେଷ ଙ୍କୁ ପୁରସ୍କାର ଓ ମାନପତ୍ର ପ୍ରଦାନ କରାଯାଇଥିଲା । ପରେ ସଂ।ସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।
ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ନିଖିଳ ଭାରତ ସ୍ୱାୟତ ଶାସନ ପାଳିତ !!!

