Site icon Awaj Media

ଗ୍ରାମ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ର ଜିଲ୍ଲାପାଳ ଙ୍କ କନଫେରାନ୍ସ ହଲ ଠାରେ ଗ୍ରାମ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣୀରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀ, ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ରୋମାଞ୍ଚଳ ଖମାରି, ଉପ ଜିଲ୍ଲାପାଳ ଆଲୋକ କୁମାର ପ୍ରଧାନ ପ୍ରମୁଖ ମଞ୍ଚାସିନ ଥିଲେ । ଏହି ଅଭିଯୋଗ ଶୁଣାଣୀରେ 71 ଗୋଟି ଅଭିଯୋଗ ଆସିଥିବା ବେଳେ ସେଥି ମଧ୍ୟରୁ ବ୍ୟକ୍ତିଗତ ସମସ୍ୟା 64 ଗୋଟି, ଗ୍ରାମ ଭିତିକ ସମସ୍ୟା 7 ଗୋଟି ଥିଲା ! 17 ଗୋଟି ସମସ୍ୟା ଫଇସଲା କରି ତୁରନ୍ତ ସମାଧାନ କରାଯାଇଛି ଏବଂ ତିନି ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ 13 ହଜାର ଟଙ୍କା ପ୍ରଦାନ କରାଯାଇଛି । ଅନ୍ୟ ସବୁ ଅଭିଯୋଗର ତୁରନ୍ତ ସମାଧାନ ସକାଶେ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଏହି ଅଭିଯୋଗ ଶୁଣାଣୀରେ ଜିଲ୍ଲାର ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Exit mobile version