ମୋ କଲେଜ ଅଭିଯାନ ରେ ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର ଛାତ୍ର ଛାତ୍ରୀ !!!

Spread the love

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଆଜାଦି କି ଅମୃତ ମହୋତ୍ସବ ଅବସରରେ ଆଜି ପୂର୍ବାହ୍ନରେ ମୋ କଲେଜ ଅଭିଯାନ ଅନ୍ତର୍ଗତ ଖୋର୍ଦ୍ଧା ଜିଲ୍ଲା ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର ଏନଏସଏସ, ଏନସିସି, ରୋଭର୍ସ ଏବଂ ରେଞ୍ଜରର୍ସ ଓ ରେଡକ୍ରସ ୟୁନିଟର ଛାତ୍ରଛାତ୍ରୀଙ୍କ ଦ୍ୱାରା ଏକ ସାଇକେଲ ରାଲି ଏବଂ ପଥପ୍ରାନ୍ତ ନାଟକ ଅନୁଷ୍ଠିତ ହୋଇଯାଇଛି । ସାଇକେଲ ରାଲିଟି ମହାବିଦ୍ୟାଳୟ ସମୁଖରୁ ବାହାରି ମା’ ଭଗବତୀ ମନ୍ଦିର ଦେଇ ସହର ଅତିକ୍ରମ କରି ପଲଟନ ପଡିଆଠାରେ ସମାପ୍ତ ହୋଇଥିଲା । ସେହିପରି ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ଅଧ୍ୟାପକ ପାର୍ଥସାରଥୀ ସାମନ୍ତରାୟ ଙ୍କ ରଚନା ନିର୍ଦ୍ଦେଶନାରେ ‘ ମୁଁ ପାଇକ କହୁଛି ’ ଶୀର୍ଷକରେ ପଥପ୍ରାନ୍ତ ନାଟକ ପ୍ରଦର୍ଶନ କରାଯାଇଥିଲା । ଉକ୍ତ ନାଟକରେ ଛାତ୍ରୀମାନେ ଭାଗ ନେଇଥିବା ବେଳେ ଖୁବ ଚିତ୍ତାକର୍ଶକ ଢଙ୍ଗରେ ଏହାକୁ ପରିବେଷଣ କରିଥିଲେ । ୧୮୧୭ ମସିହା ବାଣପୁର ପାଇକ ବିଦ୍ରୋହ ଉପରେ ନିର୍ମିତ ହୋଇଥିବା ଉକ୍ତ ନାଟକକୁ ଛାତ୍ରୀମାନେ ଅତି ନିଖୁଣ ଭାବେ ପ୍ରଦର୍ଶିତ କରିଥିଲେ । ସ୍ୱାଧୀନତା ସଂଗ୍ରାମରେ ବାଣପୁରର ବିଶିଷ୍ଟ ଅବଦାନ ଥିବା ଉକ୍ତ ନାଟକରେ ଦର୍ଶାଯାଇଥିଲା । ଉକ୍ତ ପଥପ୍ରାନ୍ତ ନାଟକଟି ଗୋଦାବରୀଶ ମହାବିଦ୍ୟାଳୟ କ୍ୟାମ୍ପସ, କୁମାରାଙ୍ଗ ଛକ, ମା’ ଭଗବତୀ ମନ୍ଦିର ସମୁଖ, ବାଣପୁର ଥାନା ଏବଂ ପଲଟନ ପଡିଆରେ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟ ର ଅଧ୍ୟକ୍ଷଙ୍କ ସମେତ ସମସ୍ତ କର୍ମଚାରୀ ମାନେ ପରିଚାଳନା କରିଥିଲେ ।

Leave a Reply

Your email address will not be published. Required fields are marked *