Site icon Awaj Media

ଚିଲିକା ବ୍ଲକ ସଭାଗୃହରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଜନଶୁଣାଣୀ ଶିବିର ଅନୁଷ୍ଠିତ !!!

Spread the love

ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ସଭାଗୃହରେ ମିଳିତ ଜନଶୁଣାଣୀ ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି । ଖୋର୍ଦ୍ଧା ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଏଡିଏମ୍ ମନୋଜ ପାଢ଼ୀ, ଚିଲିକା ବ୍ଲକ ବିଡ଼ିଓ ଜଗଦୀଶ ଷଡ଼ଙ୍ଗୀ, ଚିଲିକା ତହସିଲଦାର ସୁରେଶ ଚନ୍ଦ୍ର ପଣ୍ଡା, ଚିଲିକା ପଞ୍ଚାୟତ ସମିତି ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଡ଼ିଏସପି ଓମ ପ୍ରକାଶ ପାତ୍ର, ସିଡ଼ିଏମଓ ଡ଼ା ଆର୍ତ୍ତବନ୍ଧୁ ନାୟକ ଉପସ୍ଥିତ ଥିଲେ l ଏଥିରେ ଚିଲିକା ବ୍ଲକ ଅନ୍ତର୍ଗତ ମୋଟ ୧୭ ଟି ପଞ୍ଚାୟତ ଓ ବାଲୁଗାଁ ଏନଏସି ର ବିଭିନ୍ନ ସ୍ଥାନରୁ ବ୍ୟକ୍ତିଗତ, ସାମୁହିକ , ଦିବ୍ୟାଙ୍ଗ ମାନେ ଦରଖାସ୍ତ ଓ ନିବେଦନ ଧରି ଆସିଥିବା ବେଳେ ମୋଟ ୧୫୭୫ ମାମଲା ବିଚାର ପାଇଁ ପଞ୍ଜିକରଣ ହୋଇଥିଲା । ଏହି ଅବସରରେ ଚିଲିକା ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ, ଯନ୍ତ୍ରୀ, ସ୍ଵାସ୍ଥ୍ୟ ବିଭାଗ ଅଧିକାରୀ, ସିଡିପିଓ, ଚିଲିକା ଵ୍ଲକ ଅଧୀନ ବିଭିନ୍ନ ପଦସ୍ଥ ଅଧିକାରୀ, ୧୭ ଟି ପଞ୍ଚାୟତ ର ଜନ ପ୍ରତିନିଧି ମାନେ ଉପସ୍ଥିତ ରହି ସମସ୍ୟା ସମାଧାନ ଦିଗରେ ଆବଶ୍ୟକ ପ୍ରଶ୍ନର ଉତ୍ତର ଦେଇଥିଲେ । ଦୁଇ ଜଣ ହିତାଧିକାରୀଙ୍କୁ ରେଡକ୍ରସ ପାଣ୍ଠିରୁ 8000 ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଥିବା ବେଳେ ଦୁଇ ଜଣ ଦିବ୍ୟାଙ୍ଗକୁ ତିନି ଚକିଆ ସାଇକେଲ ପ୍ରଦାନ କରାଯାଇଥିଲା l ଏହି ଅବସରରେ ଆଜି ଦିନସାରା ଚିଲିକା ବ୍ଲକ ପରିସରରେ ପ୍ରବଳ ଜନଗହଳି ଲାଗି ରହିଥିଲା । ଆଇନ ଶୃଙ୍ଖଳା ରକ୍ଷାପାଇଁ ବାଲୁଗାଁ ଏସଡ଼ିପିଓ ମାନସ ରଞ୍ଜନ ବାରିକଙ୍କ ତତ୍ୱାବଧାନରେ ବାଲୁଗାଁ, ବାଣପୁର, ଟାଙ୍ଗୀ ଆଇଆଇସି ଏବଂ କୁହୁଡି ଓ ନାଚୁଣୀ ଫାଣ୍ଡି ଅଧିକାରୀଙ୍କ ସମେତ ବହୁ ସବ ଇନ୍ସପେକ୍ଟର ମାନେ ନିୟୋଜିତ ହୋଇଥିଲେ l

Exit mobile version