ବାଲୁଗାଁ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ମୁସଲିମ ସାହିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଜଣେ ବ୍ୟକ୍ତି ନିଜ ଘରେ ଦଉଡି ଲଗାଇ ଆତ୍ମହତ୍ୟା କରିଥିବାର ଅଭିଯୋଗ ହୋଇଛି । ମୃତକ ଜଣକ ହେଲେ ସକୁର ଅଲ୍ଲୀ ଖାନ (୪୦) । ତାଙ୍କୁ ପରିବାରବର୍ଗ ଉଦ୍ଧାର କରି ବାଲୁଗାଁ ମେଡିକାଲ ନେଇଥିଲେ । ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ବାଲୁଗାଁ ପୋଲିସ ମେଡିକାଲରେ ପହଞ୍ଚି ଶବ ଜବତ କରିଛି । ତେବେ ଏହା ପାରିବାରିକ କଳହ ଲାଗି ହୋଇ ଥାଇପାରେ ବୋଲି ଅନୁମାନ କରାଯାଉଛି । ସୂଚନା ଥାଉକି ନିକଟରେ ସକୁରଙ୍କ ପତ୍ନୀ ତାଙ୍କ ଦିଅରଙ୍କ ବିରୁଦ୍ଧରେ ନିର୍ଯ୍ୟାତନା ଅଭିଯୋଗ ଆଣିଥିଲେ । ଏହି ପରିପ୍ରେକ୍ଷୀରେ ପୋଲିସ କେସ ନମ୍ବର ୧୮୨ / ୨୨ ରେ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବାର ବାଲୁଗାଁ ଆଇଆଇସି କହିଛନ୍ତି । ସେହି ଚାପରେ ହୁଏତ ସେ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ସନ୍ଦେହ ହେଉଛି । ତେବେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ଆଇଆଇସି କହିଛନ୍ତି ।
ବାଲୁଗାଁ ମୁସଲିମ ସାହିରେ ବେକରେ ଦଉଡି ଲଗାଇ ଆତ୍ମହତ୍ୟା କଲେ ଯୁବକ !!!

