Site icon Awaj Media

ଅହିଂସା ରଥକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଭବ୍ୟ ସ୍ୱାଗତ ଓ ସମ୍ବର୍ଦ୍ଧନା !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ସ୍ୱାଧୀନତା ସଂଗ୍ରାମୀ ଙ୍କ ବଳିଦାନକୁ ସ୍ମରଣ ଉଦ୍ଦେଶ୍ୟରେ ସାରା ରାଜ୍ୟରେ ଗତ 15 ଅଗଷ୍ଟରୁ ଅହିଂସା ରଥ ପରିକ୍ରମା କରୁଛି । ଏହି କ୍ରମରେ ଅହିଂସା ରଥ ସହରର ଫରେଷ୍ଟ ଗେଟ ନିକଟରେ ପହଞ୍ଚିବା ପରେ ଭବ୍ୟ ସ୍ୱାଗତ ଓ ସମ୍ବର୍ଦ୍ଧନା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀ, ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ. ତିରୁପତି ରାଓ, ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରା, ଉପ ଜିଲ୍ଲାପାଳ ଆଲୋକ କୁମାର ପ୍ରଧାନ, ସଂସ୍କୃତି ଅଧିକାରିଣୀ ଅର୍ଚ୍ଚନା ମଙ୍ଗରାଜ ସ୍ୱାଗତ ଓ ସମ୍ବର୍ଦ୍ଧନା ଜଣାଇଥିଲେ । ଏକ ବିରାଟ ତ୍ରିରଙ୍ଗା ଶୋଭାଯାତ୍ରା କରାଯାଇଥିଲା । ଏହି ତ୍ରିରଙ୍ଗା ଶୋଭାଯାତ୍ରା ରେ ଛାତ୍ର ଛାତ୍ରୀ ମାନେ ଫରେଷ୍ଟ ଗେଟ ଠାରୁ ବିଜୁ କଲ୍ୟାଣ ମଣ୍ଡପ ଠାରେ ପହଞ୍ଚିଥିଲେ । ଏହି କାର୍ଯ୍ୟକ୍ରମରେ ଅଙ୍ଗନବାଡି କର୍ମୀ, ସ୍କୁଲ କଲେଜ ଛାତ୍ର ଛାତ୍ରୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ,
ସ୍ୱଚ୍ଛ ସାଥୀ, ବିଭିନ୍ନ ବିଭାଗୀୟ ଅଧିକାରୀ, ବିଭିନ୍ନ ଶିକ୍ଷା ଅନୁଷ୍ଠାନର ଶିକ୍ଷକ ଶିକ୍ଷୟିତ୍ରୀ, ଏନ. ସି .ସି ସ୍କାଉଟ ଛାତ୍ର ଛାତ୍ରୀ, ଆଶା କର୍ମୀ, ଜନସାଧାରଣ, ସ୍ବେଚ୍ଛାସେବୀ ପ୍ରମୁଖ ଉପସ୍ଥିତ ରହି ଅହିଂସା ରଥକୁ ସ୍ୱାଗତ କରିବା ସହ ଫରେଷ୍ଟ ଗେଟ ଠାରୁ ବିଜୁ କଲ୍ୟାଣ ମଣ୍ଡପ ପର୍ଯ୍ୟନ୍ତ ଜାତୀୟ ପତାକା ଧରି ବନ୍ଦେ ମାତରମ ଓ ଭାରତ ମାତା କି ଜୟ କହି ବିଜୁ କଲ୍ୟାଣ ମଣ୍ଡପ ଠାରେ ପହଞ୍ଚିଥିଲେ । ପରେ ବିଜୁ କଲ୍ୟାଣ ମଣ୍ଡପ ଠାରେ ଏକ ସାଧାରଣ ସଭା ହୋଇଥିଲା । ଏହି ବୈଠକରେ ମୁଖ୍ୟ ଅତିଥି ଭାବେ ଉପାନ୍ତ ପ୍ରହରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ଜୀ. ତିରୁପତି ରାଓ, ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ପାରଳା ପୌର ପରିଷଦ ଉପାଧ୍ୟକ୍ଷ ଲେଙ୍କା ମଧୁ, ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରା ପ୍ରମୁଖ ମଞ୍ଚାସିନ ଥିଲେ । ଅତିଥି ମାନେ ସ୍ୱାଧୀନତାର ଅମୃତ ମହୋତ୍ସବରେ ସ୍ୱାଧୀନତା ସଂଗ୍ରାମୀଙ୍କ ବଳିଦାନକୁ ସ୍ମରଣ କରିବା ସହ ପାରଳା ମାଟିର ଐତିହ କଳା ସଂସ୍କୃତି ଓ ବୀର ପୁରୁଷ ଓ ସଂଗ୍ରାମୀ ମାନଙ୍କ ବିଷୟରେ ନିଜର ମତ ରଖିଥିଲେ । ପରେ ସଂ।ସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ସମସ୍ତ କାର୍ଯ୍ୟକ୍ରମରେ ପୌର ପରିଷଦର କର୍ମଚାରୀ ମାନେ ସହଯୋଗ କରିଥିଲେ ।

Exit mobile version