ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ରେ ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଛି । ଏହି ଅବସରରେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ପରିସର ମଧ୍ୟରେ ମହାତ୍ମାଗାନ୍ଧୀ ଙ୍କ ପ୍ରତିମୁର୍ତିରେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ କଂଗ୍ରେସ କର୍ମୀ ! କଂଗ୍ରେସ କାର୍ଯ୍ୟାଳୟ ର ସଭାଗୃହର ଏକ ବୈଠକ ଅନୁଷ୍ଠିତ ହୋଇଥିଲା ଏଥିରେ ବସନ୍ତ କୁମାର ପଣ୍ଡା, ସୂର୍ଯ୍ୟ ନାରାୟଣ ପାତ୍ର, ସଂଗ୍ରାମ କେଶରୀ ସାହୁ, ବାବୁଲି ସାହୁ, ଇଶ୍ଵର ମାଝୀ, ରାଜା ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।
ଗଜପତି ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ରେ ଗାନ୍ଧୀ ଜୟନ୍ତୀ ପାଳିତ !!!

