ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ଗଜପତି ଜିଲ୍ଲା ବିଜେଡି ତରଫରୁ ଜନ ସମ୍ପର୍କ ପଦଯାତ୍ରା ଆୟୋଜିତ ! ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ସମଗ୍ର ରାଜ୍ୟରେ ଯେଉଁ ବିକାଶର ଧାରା ଜାରି ରହିଛି ଏବଂ ଆଗାମୀ ଦିନରେ ଯେଉଁ ସବୁ ଉନ୍ନତିମୂଳକ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ, ସେ ବିଷୟରେ ପ୍ରତ୍ୟେକ ରାଜ୍ୟବାସୀଙ୍କୁ ଅବଗତ କରାଇବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ପଦଯାତ୍ରାର ଆୟୋଜନ ହୋଇଛି । ଏହି ପରିପ୍ରେକ୍ଷିରେ ଆଜି ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଗାନ୍ଧୀ ଛକ ଠାରୁ ଆରମ୍ଭ ହୋଇଥିଲା ପଦଯାତ୍ରା କାର୍ଯ୍ୟକ୍ରମ ! ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ଯୋଗ ଦେଇଥିଲେ ଏବଂ ବରିଷ୍ଠ ନେତା ତଥା ହାଇଟେକ୍ ଗୃପ ଅଧ୍ୟକ୍ଷ ଡ଼. ତିରୁପତି ପାଣିଗ୍ରାହୀ, ଗଜପତି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଗବରା ତିରୁପତି ରାଓ , ବିଜେଡ଼ି ଯୁବନେତା ଇଂ ରୂପେଶ ପାଣିଗ୍ରାହୀ , ଜିଲ୍ଲା ସଭାପତି ପ୍ରଦୀପ ନାୟକ, ଜିଲ୍ଲାର ସମସ୍ତ ଜିଲା ପରିଷଦ ସଦସ୍ୟ, ସମସ୍ତ ବ୍ଲକ ଅଧ୍ୟକ୍ଷ ଓ ଅଧ୍ୟକ୍ଷା , ପୌର ଅଧ୍ୟକ୍ଷ ଓ ଅଧ୍ୟକ୍ଷା, ସମସ୍ତ ପଞ୍ଚାୟତ ର ସରପଞ୍ଚ ଓ ସମିତି ସଭ୍ୟ ଏବଂ ବହୁ ଯୁବ ଛାତ୍ର ମହିଳା , ବ୍ଲକ ସଭାପତି ଯୋଗଦେଇ ପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା କରାଯାଇଥିବା ବିକାଶ ମୂଳକ କାର୍ଯ୍ୟର ବାର୍ତ୍ତା ଘରେ ଘରେ ପହଞ୍ଚାଇଥିଲେ ।
ଗାନ୍ଧୀ ଜୟନ୍ତୀରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା !!!

