ଶିଶୁ ଙ୍କ ଲୁକ୍କାୟିତ ପ୍ରତିଭାକୁ ଉନ୍ମୋଚନ କରୁଛି ”ସୁରଭି” !!!

Spread the love

କଣିହାଁ ( ଆୱାଜ ମିଡ଼ିଆ ) – ଅଶ୍ବିନୀ କୁମାର ଦେବତା : କଣିହାଁ ବ୍ଲକ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ଅଧିନ ସମଲ କ୍ଲଷ୍ଟର ଅନ୍ତର୍ଗତ ସରକାରୀ ପଞ୍ଚପଡା ଉଚ୍ଚ ବିଦ୍ୟାଳୟ, ବାରୁଆଁ ଠାରେ ୨୦୨୨ ଶିକ୍ଷାବର୍ଷ ପାଇଁ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” ଅନୁଷ୍ଠିତ ହୋଇଯାଇଛି । ଏଥିରେ ବହୁ ସଂଖ୍ୟାରେ ବିଦ୍ୟାର୍ଥୀ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବାଉରୀବନ୍ଧୁ ସାମଲଙ୍କ ପରିଚାଳନାରେ ଏହି କାର୍ଯ୍ୟକ୍ରମ ହୋଇଥିଲା । ବିଦ୍ୟାଳୟ ପରିଚାଳନା କମିଟି ସଭାପତି, କୁଲେଇ ପଞ୍ଚାୟତ ସରପଞ୍ଚ ଜୌସ୍ନାମୟୀ ଗଡ଼ନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା କରିଥିଲେ । କନିଷ୍ଠ ଓ ବରିଷ୍ଠ ବିଭାଗର ୧୦ଟି ବିଷୟରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଅପରାହ୍ନ ୪ଟାରେ କାର୍ଯ୍ୟକ୍ରମ ଉଦଯାପିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବରେ ସରକାରୀ ଉଚ୍ଚ ବିଦ୍ୟାଳୟ ସମଲ ବ୍ୟାରେଜର ପ୍ରଧାନଶିକ୍ଷକ ରଞ୍ଜନ କୁମାର ସାହୁ ଓ ସମ୍ମାନୀତ ଅତିଥି ଭାବେ କୁଲେଇ ସରପଞ୍ଚ ଜୌସ୍ନାମୟୀ ଗଡ଼ନାୟକ ଯୋଗ ଦେଇଥିଲେ । ପ୍ରଦୀପ ପ୍ରଜ୍ଜ୍ୱଳନ ପରେ ସ୍ବାଗତ ସଙ୍ଗୀତ ପରିବେଷଣ କରାଯାଇଥିଲା । ଅତିଥି ପରିଚୟ ପ୍ରଦାନ ପରେ ବିଦ୍ୟାର୍ଥୀ ମାନଙ୍କର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହା ପରେ ବ୍ଲକ ସ୍ତରକୁ ଉତ୍ତୀର୍ଣ୍ଣ ହୋଇଥିବା ପ୍ରତିଯୋଗୀଙ୍କ ନାମ ଘୋଷଣା କରାଯାଇ ମୁଖ୍ୟ ଅତିଥିଙ୍କ ଦ୍ଵାରା ପ୍ରମାଣପତ୍ର ବଣ୍ଟନ କରାଯାଇଥିଲା । ଏଥିରେ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ସମେତ ପରିଚାଳନା କମିଟି ଓ ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Leave a Reply

Your email address will not be published. Required fields are marked *