ଭାପୁର ( ଆୱାଜ ମିଡ଼ିଆ ) – ବିଶ୍ବଜିତ ବାରିକ : ନୟାଗଡ ଜିଲ୍ଲା ଭାପୁର ବ୍ଲକ ଅନ୍ତର୍ଗତ ପଦ୍ମାବତୀ ଠାରେ ଅବସ୍ଥିତ ପ୍ରହଲ୍ଲାଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଦ୍ଵିତୀୟ ବର୍ଷର ଛାତ୍ରଛାତ୍ରୀ ମାନେ ପ୍ରଥମ ବର୍ଷର ଛାତ୍ରଛାତ୍ରୀ ମାନଙ୍କୁ ସ୍ୱାଗତ ଜଣାଇଥିଲେ । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷା ପୂର୍ଣ୍ଣିମା ଷଡ଼ଙ୍ଗୀ ଙ୍କ ଅଧ୍ୟକ୍ଷତାରେ ଏହି ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଥିଲା । ଅଧ୍ୟକ୍ଷା ଷଡ଼ଙ୍ଗୀ ତାଙ୍କ ଅଭିଭାଷଣରେ ଛାତ୍ରଛାତ୍ରୀ ମାନେ ଶୃଙ୍ଖଳିତ ଓ ସୁ-ଚରିତ୍ର ଗଠନ ପାଇଁ ଦିଗ୍ ଦର୍ଶନ ଦେଇଥିଲେ । ପ୍ରଥମ ବର୍ଷର ଛାତ୍ରଛାତ୍ରୀ ମାନଙ୍କୁ ଆଚରଣ ଶୃଙ୍ଖଳିତ କରିବା ପାଇଁ ପରାମର୍ଶ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ରମେଶ ଚନ୍ଦ୍ର ବରାଡ଼, ଫକୀର ମୋହନ ସ୍ୱାଇଁ, ଅଧ୍ୟାପିକା କୃଷ୍ଣପ୍ରିୟା ମହାନ୍ତି ପ୍ରମୁଖ ଉପସ୍ଥିତ ରହିବା ସହ କଲେଜର ସମସ୍ତ କର୍ମଚାରୀ ଉପସ୍ଥିତ ହୋଇ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।
ପ୍ରହଲ୍ଲାଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ !!!

