ବାଣପୁର ରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” !!!

Spread the love

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଶିଶୁ ମାନଙ୍କ ବୌଦ୍ଧିକ ଓ ସାଂସ୍କୃତିକ ବିକାଶର ଲକ୍ଷ୍ୟ ନେଇ ଆରମ୍ଭ ହୋଇଛି ସୁରଭି । ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ବାଣପୁର ଗୋଦାବରୀଶ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” ୨୦୨୨ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏନେଇ ଏକ ଆଲୋଚନା ଚକ୍ର ବିଇଓ ସନାତନ ଜାଲି ଙ୍କ ଅଧକ୍ଷତାରେ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ସମ୍ମାନିତ ଅତିଥି ଭାବେ ଖୋର୍ଦ୍ଧା ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପିନାଥ ମହାରଣା, ବି.ଆର୍.ସି.ସି ଶ୍ରୀମତୀ ସନ୍ଧ୍ୟାରାଣୀ ହରିଚନ୍ଦନ, ଏବିଓ ମନୋଜ ହରିଚନ୍ଦନ, ସି ଆର ସି ସି କୈଳାସ ହୋତା , ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ୟାମସୁନ୍ଦର ପ୍ରଧାନ ପ୍ରମୁଖ ଯୋଗଦେଇ ପ୍ରଦୀପ ପ୍ରଜୋଳନ କରିବା ସହ ସୁରଭି କାର୍ଯ୍ୟକ୍ରମ କୁ ଉଦଘାଟନ କରି ଶିକ୍ଷା, ସଂସ୍କୃତି ସମ୍ପର୍କରେ ଛାତ୍ର ଛାତ୍ରୀ ମାନଙ୍କୁ ବୁଝାଇଥିଲେ । ଏହି ଅବସରରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ସମେତ ଅନ୍ୟାନ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ସନ୍ଧ୍ୟା ରେ ଉଦଯାପନି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ମିଟୁ ନାୟକ, ସମ୍ମାନିତ ଅତିଥି ଭାବେ ବିଡ଼ିଓ ବୁଲବୁଲ ବେହେରା ଯୋଗଦେଇ ସାଂସ୍କୃତିକ ଓ ଅନ୍ୟାନ୍ୟ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ । ବାଣପୁର ବ୍ଳକ ଗୋଷ୍ଠୀ ଶିକ୍ଷା ଅଧିକାରୀ ସନାତନ ଜାଲି ଧନ୍ୟବାଦ ଅର୍ପଣ କରିଥିଲେ ।

Leave a Reply

Your email address will not be published. Required fields are marked *