Site icon Awaj Media

କୁହୁଡ଼ି ଯୋଗୁଁ ଭାରସାମ୍ୟ ହରାଇ ଓଲଟିଲା ବସ : ୧୦ ଆହତ, ୨ ଗୁରୁତର !!!

Spread the love

ବେଗୁନିଆ ( ଆୱାଜ ମିଡ଼ିଆ ) – ସମିର ସୁନ୍ଦରାୟ : ଖୋର୍ଦ୍ଧା – ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ବାଘମାରୀ ପେଟ୍ରୋଲ ପମ୍ପ ନିକଟରେ ଓଲଟିଲା ଯାତ୍ରୀବାହୀ ବାସ ! ସୋନପୁର ରୁ ଭୁବନେଶ୍ୱର ଯାଉଥିବା ସମୟରେ ବେଲୁନ ନାମକ ଯାତ୍ରୀବାହୀ ବସ ଶୁକ୍ରବାର ଦିନ ବଡିଭୋର ସମୟରେ କୁହୁଡି ପାଗ ଯୋଗୁଁ ଭାରସାମ୍ୟ ହରାଇ ବିଲ ଭିତରେ ଓଲଟି ପଡିଥିଲା । ଘଟଣା ସ୍ଥଳରେ ସ୍ଥାନୀୟ ଲୋକ ଓ ବାଘମାରୀ ପୋଲିସ ପହଞ୍ଚି ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟ କୁ ଆହତ ବ୍ୟକ୍ତି ମାନଙ୍କୁ ପ୍ରାଥମିକ ଚିକିତ୍ସା ନିମନ୍ତେ ପଠାଇଥିଲେ । ପ୍ରବଳ କୁହୁଡି କାରଣରୁ ଦୁର୍ଘଟଣା ଘଟିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାଯାଇଛି । ତେବେ ଦୁର୍ଘଟଣାରେ ୧୦ ଯାତ୍ରୀଙ୍କୁ ଆହତ ଅବସ୍ଥାରେ ଖୋର୍ଦ୍ଧା ଜିଲ୍ଲା ଚିକିତ୍ସା ଳୟକୁ ପଠାଯାଇଥିବା ୨ ଜଣ ଗୁରୁତରଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି ।

Exit mobile version