Site icon Awaj Media

ନୟାଗଡରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ !!!

Spread the love

ନୟାଗଡ଼ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ବିଦ୍ୟାଳୟ ସ୍ତରରେ ପିଲାଙ୍କର ଅନ୍ତର୍ନିହିତ ତଥା ସୃଜନଶୀଳ ପ୍ରତିଭାର ବିକାଶ ପାଇଁ ସରକାରଙ୍କ ପକ୍ଷରୁ ଶିଶୁ ପ୍ରତିଭା ଉତ୍ସବ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଶୁକ୍ରବାର ନୟାଗଡ଼ରେ ବ୍ଲକ ସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ବାଲୁଗାଁ ଚଣ୍ଡୀ ସରକାରୀ ହାଇସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବ୍ଲକ ଶିକ୍ଷା ବିଭାଗ ଅନ୍ତର୍ଗତ ୧୫ ଟି କ୍ଲଷ୍ଟରରୁ ଉଭୟ ଜୁନିୟର ଏବଂ ସିନିୟର ବିଭାଗରୁ ମୋଟ ୧୫୦ ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତା, ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ, ନୃତ୍ୟ ଆଦିରେ ଅଂଶ ଗ୍ରହଣ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ପ୍ରଥମ ସ୍ଥାନ ହାସଲ କରିଥିବା ଛାତ୍ରଛାତ୍ରୀ ମାନେ ଆସନ୍ତା ୭ ତାରିଖରେ ହେବାକୁ ଥିବା ଜିଲ୍ଲା ସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଭାଗ ନେବେ । ବ୍ଲକ ସ୍ତରୀୟ ଏହି ସୁରଭି କାର୍ଯ୍ୟକ୍ରମକୁ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଡ.ବସନ୍ତ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଉଦଘାଟନ କରିଥିଲେ । ଅପରାହ୍ନରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ.ଅରୁଣ କୁମାର ସାହୁ ଯୋଗଦାନ କରି କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀଙ୍କୁ ମାନପତ୍ର ଏବଂ ପୁରସ୍କାର ପ୍ରଦାନ କରିଥିଲେ । ଶିକ୍ଷା ସହିତ ଖେଳକୁଦର ଆବଶ୍ୟକ ରହିଥିବା ନୟାଗଡ଼ ବିଧାୟକ କହିଥିଲେ । ବ୍ଲକ ଶିକ୍ଷାଧିକାରୀ ଗୀତାଞ୍ଜଳି ସାହୁଙ୍କ ପୌରହିତ୍ୟରେ ଆୟୋଜିତ ଏହି ଉଦଯାପନୀ ସଭାରେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଦସ୍ୟ ସୁବାଷ ଚନ୍ଦ୍ର କଅଁର, ବାଲୁଗାଁ ସରପଞ୍ଚ ମନୋଜ ନାୟକ, ସମିତି ସଭ୍ୟା କବିତା ନାୟକ, ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ସଂଜୟ ମଲ୍ଲିକ ଏବଂ ଧନେଶ୍ବର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ । ଶିକ୍ଷକନେତା ଶେଖ ଅବଦୁଲ ଖାଲିକ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଚଣ୍ଡୀ ସରକାରୀ ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶିବପ୍ରସାଦ ଦାଶ ଧନ୍ୟବାଦ ପ୍ରଦାନ କରିଥିଲେ ।

Exit mobile version