ନୟାଗଡ଼ ସଦର ମହକୁମାରେ ଜିଲ୍ଲା ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର !!!

Spread the love

ନୟାଗଡ଼ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ନୟାଗଡ଼ ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ଶ୍ରୀ ସାହୁ ଲୋକମାନଙ୍କର ବିଭିନ୍ନ ଅଭିଯୋଗ ଶୁଣିଥିଲେ । ସମୁଦାୟ ୧୨୧ ଗୋଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ଭାବେ ୧୦୩ ଗୋଟି ଅଭିଯୋଗର ଶୁଣାଣି କରାଯାଇ ସମୁଦାୟ ୩୮ ଗୋଟି କେଶ ର ତତ୍‌କାଳ ସମାଧାନ କରାଯାଇଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୩ ଜଣ ଏବଂ ଜିଲ୍ଲା ରେଡ୍‌କ୍ରସ ସଂସ୍ଥାରୁ ୫ ଜଣ ଦରଖାସ୍ତକାରୀଙ୍କୁ ଆର୍ଥିକ ଅନୁଦାନ ଅନୁମୋଦନ କରାଯାଇଥିଲା । ଅବଶିଷ୍ଟ କେଶ ଗୁଡ଼ିକୁ ସାମାଧାନ ନିମନ୍ତେ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ଏହି ଜନଶୁଣାଣି ଶିବିରରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଅଲେଖ ଚନ୍ଦ୍ର ପହି, ଉପଜିଲ୍ଲାପାଳ ଶକ୍ତିକାନ୍ତ ରାୟ, ତହସିଲଦାର ନୟାଗଡ଼ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ନୟାଗଡ଼ , ଡେପୁଟି କଲେକ୍ଟର ( ଅଭିଯୋଗ ) ଆୟୁଶୀ ମହାପାତ୍ର , ଜିଲ୍ଲା ସ୍ତରୀୟ ପଦାଧିକାରୀ, ଲାଇନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହି ବିଭିନ୍ନ ସମସ୍ୟା ଗୁଡ଼ିକ ଶୁଣାଣି କରିବାରେ ଜିଲ୍ଲାପାଳଙ୍କୁ ସହଯୋଗ କରିଥିଲେ ।

Leave a Reply

Your email address will not be published. Required fields are marked *