Site icon Awaj Media

ନୂଆଗାଁ ବ୍ଲକ୍‌ରେ ଜିଲ୍ଲାପାଳଙ୍କ ଜନଶୁଣାଣୀ ଶିବିର !!!

Spread the love

ନୟାଗଡ଼ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ନୂଆଗାଁ ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁଙ୍କ ଅଧ୍ୟକ୍ଷତାରେ ବ୍ଲକସ୍ତରୀୟ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ଶ୍ରୀ ସାହୁ ଲୋକ ମାନଙ୍କର ବିଭିନ୍ନ ଅଭିଯୋଗ ଶୁଣିଥିଲେ । ସମୁଦାୟ ୧୦୯ ଗୋଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ଭାବେ ୧୦୫ ଟି ଅଭିଯୋଗ, ସାମୁହିକ ଗ୍ରାମ ବିବାଦ ୨ ଗୋଟିର ଶୁଣାଣି କରାଯାଇ ସମୁଦାୟ ୧୭ ଗୋଟି କେଶ ର ତତ୍‌କାଳ ସମାଧାନ କରାଯାଇଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ୨ ଜଣ ଦରଖାସ୍ତକାରୀଙ୍କୁ ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା । କେଶ ଗୁଡ଼ିକୁ ସାମାଧାନ ନିମନ୍ତେ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହି ଜନ ଶୁଣାଣୀ ଶିବିରରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଅଲେଖ ଚନ୍ଦ୍ର ପହି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ସୁବାସ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଶକ୍ତିକାନ୍ତ ରାୟ, ନୂଆଗାଁ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ଲକ୍ଷ୍ମୀପ୍ରୀୟା ବେହେରା , ଗୋଷ୍ଠୀ ଉନ୍ନୟନ ଅଧିକାରୀ ନୂଆଗାଁ, ତହସିଲଦାର ନୂଆଗାଁ , ଜିଲ୍ଲା ସ୍ତରୀୟ ପଦାଧିକାରୀ ମାନେ ଉପସ୍ଥିତ ରହି ବିଭିନ୍ନ ସମସ୍ୟା ଗୁଡ଼ିକ ଶୁଣାଣୀ କରିବାରେ ଜିଲ୍ଲାପାଳ ଶ୍ରୀ ସାହୁଙ୍କୁ ସହଯୋଗ କରିଥିଲେ ।

Exit mobile version