ଜାତୀୟ ପ୍ରେସ ଦିବସ ପାଳିଲା ଅଗ୍ରଣୀ ସାମ୍ବାଦିକ ସଂଘ ଚିଲିକା ପ୍ରେସ କ୍ଲବ !!!

0
592

ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଓଡ଼ିଶାର ବିଭିନ୍ନ ସାମ୍ବାଦିକ ସଂଘ ତରଫରୁ ଜାତୀୟ ପ୍ରେସ ଦିବସ ପାଳିତ ହୋଇ ଯାଇଛି । ସମାଜରେ ବିକାଶରେ ଗଣମାଧ୍ୟମର ଭୂମିକା ବେଶ୍ ଗୁରୁତ୍ୱପୂର୍ଣ୍ଣ । ରାଜନେତା ମାନଙ୍କର ସମାଜ ପ୍ରତି ବାର୍ତ୍ତାକୁ ପହଞ୍ଚାଇବାରେ ଗଣମାଧ୍ୟମ ଏକ ପ୍ରମୁଖ ମାଧ୍ୟମ ପାଲଟିଛି । ପ୍ରତିକୂଳ ବ୍ୟବସ୍ଥା ସତ୍ତ୍ୱେ ସାମ୍ବାଦିକ ମାନେ ଜନସ୍ଵାର୍ଥ ପାଇଁ ଲଢେଇ ଜାରି ରଖିଛନ୍ତି । ଗଣମାଧ୍ୟମ ପ୍ରତିନିଧି ମାନେ ନିଜ ଜୀବନକୁ ବାଜି ଲଗାଇ ଆଗ ଧାଡ଼ିର ଯୋଦ୍ଧା ସାଜି ନିୟମିତ ଲୋକଙ୍କ ପାଖରେ ଖବର ପହଞ୍ଚାଉଛନ୍ତି । ୧୯୬୬ ମସିହା ନଭେମ୍ବର ୧୬ ତାରିଖରେ କେନ୍ଦ୍ର ସରକାର ପ୍ରେସ କାଉନସିଲ ଅଫ ଇଣ୍ଡିଆ ପ୍ରତିଷ୍ଠା କରିଥିଲେ । ଏଥିପାଇଁ ପ୍ରତିବର୍ଷ ଏହି ଦିନକୁ ଜାତୀୟ ପ୍ରେସ ଦିବସ ଭାବରେ ପାଳନ କରାଯାଉଛି । ସାମ୍ବାଦିକ ହେଲେ ସମାଜର ଜାଗ୍ରତ ପ୍ରହରୀ । ଯଦି ଜାଗ୍ରତ ପ୍ରହରୀ ନିଜ କର୍ତ୍ତବ୍ୟ ରୁ ବିଚ୍ୟୁତ ହୁଏ ତେବେ ସମାଜ ଆଗକୁ ବଢିପାରେ ନାହିଁ । ନିରପେକ୍ଷ ଓ ନିର୍ଭୀକ ସମ୍ବାଦ ପରିବେଷଣ ସବୁ ସାମ୍ବାଦିକ ଙ୍କ ଆଭିମୁଖ୍ୟ ହେବା ଉଚିତ୍ । ଆଜି ଏହି ଜାତୀୟ ପ୍ରେସ ଦିବସ ଅବସରରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ, ବାଣପୁର ଓ ଚିଲିକା ଅଞ୍ଚଳର ଅଗ୍ରଣୀ ସାମ୍ବାଦିକ ସଂଘ ଚିଲିକା ପ୍ରେସ କ୍ଲବ ତରଫରୁ ସଂଘର ସଭାପତି ପ୍ରକାଶ ପ୍ରଧାନଙ୍କ ସଭାପତିତ୍ଵ ରେ ଜାତୀୟ ପ୍ରେସ ଦିବସ ପାଳନ କରାଯାଇଛି । ବାଲୁଗାଁ ଗାନ୍ଧୀ ଛକରେ ଥିବା ଗାନ୍ଧୀ ମୂର୍ତ୍ତି ଓ ପଲଟନ ପଡ଼ିଆରେ ଥିବା ଦେଶ ପାଇଁ ସହିଦ ହୋଇଥିବା ବାଣପୁର ମାଟିର ବୀର ପୁତ୍ର କୃତିବାସ ପାଟ୍ଟଶାଣୀଙ୍କ ପତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହିତ ବାଲୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ସମେତ ଚିଲିକା ଅଞ୍ଚଳର ସମସ୍ତ ଜରା ଆଶ୍ରମ ଓ ରାସ୍ତା କଡ଼ରେ ବୁଲୁଥିବା ଅସହାୟ ଲୋକ ମାନଙ୍କୁ ଫଳ ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ଅବସରରେ ଚିଲିକା ପ୍ରେସ କ୍ଲବର ସଭାପତି ଓ ଉପସଭାପତି ଙ୍କ ସମେତ ସଂଘର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here