ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ବ୍ଲକ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ସମୁଖରେ ଧାରଣା !!!

Spread the love

କେନ୍ଦ୍ରାପଡା ( ଆୱାଜ ମିଡ଼ିଆ ) – ପ୍ରଫୁଲ୍ଲ କୁମାର ମଲ୍ଲ : ପ୍ରାଥମିକ ବିଦ୍ୟାଳୟରେ ଠିକା ନିଯୁକ୍ତିକୁ ଉଛେଦ କରିବା ସହ ଶିକ୍ଷକଙ୍କ ୬ ବର୍ଷର ଠିକା କାର୍ଯ୍ୟକଳାକୁ ୬ ଟି ଇନ୍କ୍ରିମେଣ୍ଟ ଦେଇ ସର୍ଭିସ ଗଣନା କରିବା, ପ୍ରାଥମିକ ଶିକ୍ଷକଙ୍କୁ କେନ୍ଦ୍ରୀୟ ହାରରେ ବେତନ ପ୍ରଦାନ କରିବା, ନୂତନ ପେନସନ ଯୋଜନାକୁ ଉଛେଦ କରି ପୁରୁଣା ପେନସନ ଯୋଜନା ଲାଗୁ କରିବା ଦାବୀ ନେଇ ଆନ୍ଦୋଳନକୁ ଓହ୍ଲାଇଲା ସଂଘ ! କେନ୍ଦ୍ରାପଡା ଜିଲ୍ଲା ଡେରାବିଶ୍ ବ୍ଲକର ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘର ସଭାପତି ପ୍ରଶାନ୍ତ କୁମାର ଶତପଥୀଙ୍କ ନେତୃତ୍ୱରେ ସଂସ୍କୃତି ଭବନ ଠାରୁ ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟଳୟକୁ ଡେରାବିଶ୍ ମିଳିତ ପ୍ରାଥମିକ ଶିକ୍ଷକ ସଂଘର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଏକ ବିଶାଳ ଶୋଭାଯାତ୍ରାରେ ଆସି ମୁଖ୍ୟମନ୍ତ୍ରୀ, ୫ଟି ସଚିବ, ଶିକ୍ଷାମନ୍ତ୍ରୀ, କମିଶନରଙ୍କ ଉଦ୍ଦେଶ୍ୟରେ ଡେରାବିଶ୍ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ପହଞ୍ଚି ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ଶ୍ରୀକାନ୍ତ ବେହେରାଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ l ଆଗାମୀ ଦିନରେ ଯଦି ସରକାର ପ୍ରାଥମିକ ଶିକ୍ଷକଙ୍କ ଦାବି ପୂରଣ ନକରନ୍ତି ତେବେ ଚଳିତ ମାସ ୨୭ ତାରିଖରେ ଭୁବନେଶ୍ୱର ବିଧାନସଭା ସମୁଖରେ ଏହାର ପ୍ରତିବାଦ ସଭା ଅନୁଷ୍ଠିତ ହେବ ବୋଲି ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *