ନୟାଗଡ଼ ( ଆୱାଜ ମିଡ଼ିଆ ) – ମମତା ମହାପାତ୍ର : ନୟାଗଡ ଜିଲ୍ଲା ଅନ୍ତର୍ଗତ ଓଡ଼ଗାଁ ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁଙ୍କ ଅଧ୍ୟକ୍ଷତାରେ ବ୍ଲକ ସ୍ତରୀୟ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ଶ୍ରୀ ସାହୁ ଲୋକମାନଙ୍କର ବିଭିନ୍ନ ଅଭିଯୋଗ ଶୁଣିଥିଲେ । ସମୁଦାୟ ୧୫୧ ଗୋଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ଭାବେ ୧୩୬ ଟି ଅଭିଯୋଗ, ସାମୁହିକ ଗ୍ରାମ ବିବାଦ ୩ ଗୋଟିର ଶୁଣାଣି କରାଯାଇ ସମୁଦାୟ ୩୩ ଗୋଟି କେଶ ର ତତ୍କାଳ ସମାଧାନ କରାଯାଇଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୨ ଜଣ ଦରଖାସ୍ତକାରୀଙ୍କୁ ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା । ଅବଶିଷ୍ଟ କେଶ ଗୁଡ଼ିକୁ ସାମାଧାନ ନିମନ୍ତେ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ଏହି ଜନ ଶୁଣାଣି ଶିବିରରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଅଲେଖ ଚନ୍ଦ୍ର ପହି, ଉପଜିଲ୍ଲାପାଳ ଶକ୍ତିକାନ୍ତ ରାୟ, ସ୍ଵାତୀଲେଖା ଦାସ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓଡ଼ଗାଁ , ତହସିଲଦାର ଓଡ଼ଗାଁ, ଜିଲ୍ଲା ସ୍ତରୀୟ ପଦାଧିକାରୀ ମାନେ ଉପସ୍ଥିତ ରହି ବିଭିନ୍ନ ସମସ୍ୟା ଗୁଡ଼ିକ ଶୁଣାଣି କରିବାରେ ଜିଲ୍ଲାପାଳ ଶ୍ରୀ ସାହୁଙ୍କୁ ସହଯୋଗ କରିଥିଲେ ।
ଓଡ଼ଗାଁ ବ୍ଲକ୍ ରେ ଜିଲ୍ଲାପାଳଙ୍କ ଜନଶୁଣାଣୀ ଶିବିର !!!

