ବାଣପୁର ଥାନା ଅଞ୍ଚଳରୁ ବାରହା ମାଂସ ଜବତ : ଶିକାରୀ ଗିରଫ !!!

Spread the love

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ବାଲୁଗାଁ ବନାଞ୍ଚଳ ଅଧିନସ୍ଥ ବାଣପୁର ସରଂକ୍ଷିତ ଜଙ୍ଗଲରୁ ସୋମବାର ଜଣେ ଶିକାରୀକୁ ଗିରଫ କରିଛି ବନବିଭାଗ । ଗିରଫ ଅଭିଯୁକ୍ତ ଜଣକ ହେଲେ ବାଣପୁର ଥାନା ଦୋଳ ଗୋବିନ୍ଦ ସାହିର ତ୍ରିନାଥ ପ୍ରଧାନ। ତାଙ୍କ ନିକଟରୁ ୧୦ କେଜି ଜଙ୍ଗଲୀ ବାରାହା ମାଂସ ସମେତ ଏକ ଦେଶୀ ବନ୍ଧୁକ ଜବତ କରିଛି ବନ ବିଭାଗ । ପ୍ରକାଶ ଯେ, ବାଲୁଗାଁ ବନାଞ୍ଚଳ ଅଧିକାରୀ ପ୍ରତାପ ଚନ୍ଦ୍ର ମହାନ୍ତି ପାଟ୍ରୋଲିଂ କରୁଥିବା ବେଳେ ଜଙ୍ଗଲୀ ବାରାହା ଶିକାର ଖବର ପାଇ ସଙ୍ଗେ ସଙ୍ଗେ ଚଢ଼ାଉ କରିଥିଲେ ଏବଂ ଅଭିଯୁକ୍ତଙ୍କୁ ଗିରଫ କରିଥିଲେ । ବନବିଭାଗ କେସ ନମ୍ବର ୬ବି / ୨୨-୨୩ ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଥିବାର ଶ୍ରୀ ମହାନ୍ତି ସୂଚନା ଦେଇଛନ୍ତି । ଉକ୍ତ ଚଢ଼ାଉରେ ଧୂଁଆନଳୀ ବନପାଳ ଶିଳ୍ପୀ ସରିତା ମହାକୁଡ଼ ଏବଂ ଅନ୍ୟ କର୍ମଚାରୀ ମାନେ ସାମିଲ ହୋଇଥିଲେ ।

Leave a Reply

Your email address will not be published. Required fields are marked *