ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳ ଙ୍କ ସମ୍ମିଳନୀ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ରୋମାଞ୍ଚଳ ଖମାରୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବାମଦେବ ସିଂ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦ, ରାଣୀପେଣ୍ଠ, କେରାଣ୍ଡି ଓ ପାଟିକୋଟା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୧୦୮ ଗୋଟି ଅଭିଯୋଗପତ୍ର ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା – ୯୮ ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା – ୧୦ ଅଟେ ! ୩୧ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ଜଣକୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪୦୦୦/- ଟଙ୍କା ପ୍ରଦାନ କରାଯାଇଛି ଏବଂ ଅନ୍ୟ ସବୁ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ପିଏ. ଆଇଟିଡିଏ ଫାଲଗୁନି ମାଝୀ, ଡେପୁଟି କଲେକ୍ଟର ନଟବର ଗରଡା, ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ ।
ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ !!!

