କନ୍ଧମାଳ – ବୌଦ୍ଧ ସୀମାନ୍ତ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର : ୨ ମହିଳା ମାଓବାଦୀ ନିହତ !!!

Spread the love

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ-ବୌଦ୍ଧ ଜିଲ୍ଲା ସୀମାନ୍ତ ଗୋଛାପଡ଼ା ଥାନା ଅଞ୍ଚଳରେ ମଙ୍ଗଳବାର ଏସ୍‌ଓଜି-ଡିଭିଏଫ୍‌ ଯବାନଙ୍କ କମ୍ବିଂ ଅପରେସନ ବେଳେ ଏନ୍‌କାଉଣ୍ଟରରେ ୨ ଜଣ ମହିଳା ମାଓବାଦୀଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସୁରକ୍ଷା କର୍ମୀମାନେ ଗୋଛାପଡ଼ା-କଣ୍ଟାମାଳ ଥାନା ଅନ୍ତର୍ଗତ ଘଞ୍ଚ ଜଙ୍ଗଲରେ ଥିବା ମାଓ କ୍ୟାମ୍ପକୁ ଧ୍ବସ୍ତ କରିବା ସହ ଉଭୟ ପକ୍ଷରୁ ଗୁଳି ବିନିମୟ ଜାରି ରହିଛି । ଗୋଛାପଡ଼ା ଥାନା ଅନ୍ତର୍ଗତ ମାଲାକେରି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଉଦ୍ଧାର କରିଛି । ସୂଚନାଯୋଗ୍ୟ, ମାଓବାଦୀଙ୍କ ପିଏଲ୍‌ଜିଏ ସପ୍ତାହ ଚାଲିଥିବାରୁ ମାଓବାଦୀ ନିଶ୍ଚୟ କିଛି ଅଘଟଣ ଘଟାଇବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ପୁଲିସ ପକ୍ଷରୁ ‌କନ୍ଧମାଳ-ବୌଦ୍ଧ ଜିଲ୍ଲା ସୀମାନ୍ତ ଜଙ୍ଗଲରେ କମ୍ବିଂ ଅପେରସନ ଜାରି ରହିଥିବା ବେଳେ ଉଭୟ ପକ୍ଷ ମୁହାଁମୁହିଁ ହୋଇଥିଲେ । ଉଭୟ ପକ୍ଷରୁ ଗୁଳି ବିନିମୟ ବେଳେ ଭୀଷଣ ଶବ୍ଦ ହେଉଥିବା କଥା ସ୍ଥାନୀୟ ଅଞ୍ଚଳ ବାସୀଙ୍କଠାରୁ ସୂଚନା ମିଳିଛି । ତେବେ ପୁଲିସ-ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟ କଥାକୁ କନ୍ଧମାଳ ଏସ୍‌ପି ବିନୀତ ଅଗ୍ରୱାଲ ସ୍ବୀକାର କରିଛନ୍ତି । ଗୋଛାପଡ଼ା ଥାନା ଅନ୍ତର୍ଗତ ଘଞ୍ଚ ଜଙ୍ଗଲରେ କମ୍ବିଂ ଅପରେସନ ଜାରି ରହିଛି ବୋଲି ଶ୍ରୀ ଅଗ୍ରୱାଲ କହିଛନ୍ତି । ମାତ୍ର , ଏହି ଘଟଣାରେ କେତେଜଣ ମାଓବାଦୀ ନିପାତ ହୋଇଛନ୍ତି କିମ୍ବା କେତେଜଣ ସୁରକ୍ଷା କର୍ମୀ ମୃତାହତ ହୋଇଛନ୍ତି ସେ ସମ୍ପର୍କରେ ଏସ୍‌ପି କିଛି କହି ନାହାନ୍ତି ।

Leave a Reply

Your email address will not be published. Required fields are marked *