ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସହ ଗ୍ରାମ୍ୟ ମୁଖୀ ପ୍ରଶାସନ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ନୂଆଗଡ଼ ବ୍ଳକ ଅନ୍ତର୍ଗତ ବେତାରସିଂଙ୍ଗ ଗ୍ରାମ ପଞ୍ଚାୟତ ଠାରେ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସହ ଗ୍ରାମ୍ୟ ମୁଖୀ ପ୍ରଶାସନ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣୀରେ ସର୍ଵ ମୋଟ 76 ଗୋଟି ଅଭିଯୋଗ ଆସିଥିବା ବେଳେ ଗୋଟିଏ ଅଭିଯୋଗ କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ତୁରନ୍ତ ପଦକ୍ଷେପ ନିଆଯାଇ ସମାଧାନ କରାଯାଇଛି । ଅନ୍ୟ ଅଭିଯୋଗ ତୁରନ୍ତ ସମାଧାନ ସକାଶେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ବିଭିନ୍ନ ବିଭାଗର ଅଧିକାରୀଙ୍କୁ ସକାଶେ ନିର୍ଦ୍ଦେଶ ଦେଇଛନ୍ତି । ଏହି ଅଭିଯୋଗ ଶୁଣାଣୀରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଗଜପତି ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବାମଦେବ ସିଂ, ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ରୋମାଞ୍ଚଳ ଖମାରି, ଆର ଉଦୟଗିରି ଏସଡ଼ିପିଓ ଙ୍କ ସମେତ ଜନ ପ୍ରତିନିଧି, ବ୍ଳକ ସ୍ତରୀୟ ଅଧିକାରୀ , ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଜନ ସାଧାରଣ ଉପସ୍ଥିତ ଥିଲେ । ଏହି ଉପଲକ୍ଷେ ଏକ ସ୍ୱାସ୍ଥ୍ୟ ଶିବିର ଆୟୋଜନ କରାଯାଇଥିଲା ।

Leave a Reply

Your email address will not be published. Required fields are marked *