ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟ ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ବିଜ୍ଞାନ, ଗଣିତ ଓ ପରିବେଶ ପ୍ରଦର୍ଶନୀ ମେଳା ଉଦଘାଟନ ହୋଇଯାଇଛି l ମୁଖ୍ୟ ଅତିଥି ଭାବେ ଗଜପତି ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୋଷ କୁମାର ନାୟକ ଯୋଗଦେଇ ବିଜ୍ଞାନ, ଗଣିତ ଓ ପରିବେଶ ପ୍ରଦର୍ଶନୀ ସମନ୍ଧୀୟ ସୂଚନା ଦେଇ ଛାତ୍ର ଛାତ୍ରୀମାନଙ୍କ ପ୍ରତି ଅନୁରାଗୀ ମନବଳ ବୃଦ୍ଧି ହେବା ପାଇଁ ପ୍ରେରଣା ଦେଇଥିଲେ l ଏହି କାର୍ଯ୍ୟକ୍ରମରେ ପ୍ରଫେସର ଜିତେନ୍ଦ୍ର ନାଥ ପଟ୍ଟନାୟକ , ଉଦ୍ଭିଦ ବିଜ୍ଞାନ ବିଭାଗ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂ ଶାସିତ ମହାବଦ୍ୟାଳୟ ପାରଳାଖେମୁଣ୍ଡି ମୁଖ୍ୟ ବକ୍ତା ରୂପେ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ l ଜିଲ୍ଲା ସ୍ତରୀୟ ବିଜ୍ଞାନ, ଗଣିତ ଓ ପରିବେଶ ପ୍ରଦର୍ଶନୀ ମେଳା ଆସନ୍ତା କାଲି ମଧ୍ୟ ଚାଲୁ ରହିବ l ଏହି ବିଜ୍ଞାନ ପ୍ରଦର୍ଶନ ମେଳାରେ ଜିଲ୍ଲାର ୭ ଗୋଟି ବ୍ଲକ ଓ ଗୋଟିଏ ମ୍ୟୁନିସିପାଲିଟି ୧୦୮ ଗୋଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଛି l ଏହି ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନ ବ୍ୟତୀତ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ପରିବେଶ ଅଧ୍ୟାୟନ, ବିଜ୍ଞାନ କୁଇଜ଼ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ l ଏଥିରେ କୃତକାର୍ଯ୍ୟ ହୋଇଥିବା ଛାତ୍ର ଛାତ୍ରୀ ମାନଙ୍କୁ ଆସନ୍ତା କାଲି ଉଦଯାପନ ଉତ୍ସବରେ ପ୍ରମାଣ ପାତ୍ର ଦେଇ ପୁରସ୍କୃତ କରାଯିବ l ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିଭାବେ ଆମ୍ଫୋଲୁ ରବି କୁମାର, ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଗଜପତି ଓ ବାଳକୃଷ୍ଣ ପାତ୍ର, କାଉନସିଲର ୱାର୍ଡ ନଂ-୪, ବାବୁନା ବେହେରା , କାଉନସିଲର ୱାର୍ଡ ନଂ- ୩ ଓ ପୁର୍ଣ୍ଣଚନ୍ଦ୍ର ପ୍ରଧାନ, ପ୍ରଧାନ ଶିକ୍ଷକ ତଥା ସଙ୍ଗଠନ ସମ୍ପାଦକ ମହେନ୍ଦ୍ରଗିରି ପୌର ସରକରୀ ଉଚ୍ଚ ବିଦ୍ୟାଳୟ ପାରଳାଖେମୁଣ୍ଡି ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟ ପାରଳାଖେମୁଣ୍ଡି ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ ଜିଲ୍ଲାର ସମସ୍ତ ବ୍ଲକରୁ ଆସିଥିବା ଶିକ୍ଷକ ଶିକ୍ଷୟତ୍ରୀ ଓ ଛାତ୍ର ଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ l କାର୍ଯ୍ୟକ୍ରମରେ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ବିଚିତ୍ରାନନ୍ଦ ବେବର୍ତ୍ତା ଓ ରବୀନ୍ଦ୍ର ପାଢ଼ୀ ଯୋଗ ଦେଇଥିଲେ l
ଗଜପତି ରେ ଜିଲ୍ଲା ସ୍ତରୀୟ ବିଜ୍ଞାନ, ଗଣିତ ଓ ପରିବେଶ ପ୍ରଦର୍ଶନୀ ମେଳା ଉଦଘାଟନ !!!

