ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଏବଂ ଗ୍ରାମ୍ୟ ମୁଖୀ ପ୍ରଶାସନ କାର୍ଯ୍ୟକ୍ରମ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଗୋଶାଣୀ ବ୍ଳକ ଅନ୍ତର୍ଗତ ବୋମୀକା ଗ୍ରାମ ପଞ୍ଚାୟତର ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସହ ଗ୍ରାମ୍ୟ ମୁଖୀ ପ୍ରଶାସନ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣୀରେ ସର୍ଵ ମୋଟ 80 ଗୋଟି ଅଭିଯୋଗ ଆସିଥିବା ବେଳେ 39 ଗୋଟି ଅଭିଯୋଗ ଜିଲ୍ଲା ପ୍ରଶାସନ ପକ୍ଷରୁ ତୁରନ୍ତ ପଦକ୍ଷେପ ନିଆଯାଇ ସମାଧାନ କରାଯାଇଛି । ଅନ୍ୟ ଅଭିଯୋଗ ଗୁଡିକ ତୁରନ୍ତ ସମାଧାନ ସକାଶେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଅଭିଯୋଗ ଶୁଣାଣୀରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସ୍ୱାତି ଏସ କୁମାର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ନୀଳମାଧବ ମାଝୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ପ୍ରଦୀପ କୁମାର ପାତ୍ର, ବ୍ଳକ ଉପାଧକ୍ଷା , ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସହକାରୀ ନିର୍ବାହୀ ଯନ୍ତ୍ରୀ ଜ୍ୟୋତିରାଜ ଅଧିକାରୀ ପ୍ରମୁଖଙ୍କ ସମେତ ଜନ ପ୍ରତିନିଧି, ବ୍ଳକ ସ୍ତରୀୟ ଅଧିକାରୀ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଜନ ସାଧାରଣ ଉପସ୍ଥିତ ଥିଲେ ।

 

Leave a Reply

Your email address will not be published. Required fields are marked *