Site icon Awaj Media

ଉଦଯାପିତ ହେଲା ନୟାଗଡ ଜିଲ୍ଲା ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା ୨୦୨୨ !!!

Spread the love

ନୟାଗଡ଼ ( ଆୱାଜ ମିଡ଼ିଆ ) – ମମତା ମହାପାତ୍ର : ଉଦଯାପିତ ହୋଇଯାଇଛି ନୟାଗଡ଼ ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ! ଉଦଯାପନୀ ସଂନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ଉପାଧ୍ୟକ୍ଷା ବିଷ୍ଣୁପ୍ରିୟା ବେହେରା, ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସୁବାଷ ଚନ୍ଦ୍ର ରାୟ ଯୋଗ ଦେଇଥିଲେ । ନୟାଗଡ଼ ଏସପି ଅଲେଖ ଚନ୍ଦ୍ର ପହିଙ୍କ ସଭାପତିତ୍ବରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଅନ୍ୟ ମାନଙ୍କ ମଧ୍ୟରେ ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ରବୀନ୍ଦ୍ର ନାଥ ସାହୁ, ଜିଲ୍ଲା ପରିଷଦ ସଦସ୍ୟ ସୁଶାନ୍ତ କୁମାର ସାହୁ, ରଜନୀ ରାଣୀ ପଟ୍ଟନାୟକ ପ୍ରମୂଖ ଯୋଗ ଦେଇଥିଲେ । ନୟାଗଡ଼ ବିଡିଓ ପଦ୍ମ ଚରଣ ସାହୁ, ବ୍ଲକ ଶିକ୍ଷା ଅଧିକାରୀ ଗୀତାରାଣୀ ସାହୁ ସଭା ସଂଯୋଜନା କରିଥିଲେ ।

Exit mobile version