ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ବିଦ୍ୟାଳୟ ପରିସରରେ ୩୦ ତମ ବାର୍ଷିକ ଉତ୍ସବ ପାଳନ କରାଯାଇଛି । ଏହି ଉତ୍ସବରେ ଗ୍ରାମୀଣ ମହିଳା ଉଚ୍ଚ ବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ରଶ୍ମିତା ମହାନ୍ତି ଙ୍କ ସଭାପତିତ୍ଵରେ ଏକ ସଭା ଅନୁଷ୍ଠିତ ହୋଇଥିଲା ! ଏଥିରେ ମୁଖ୍ୟ ଅତିଥି ଭାବରେ ବ୍ରହ୍ମପୁର ମହାନଗର ନିଗମ ଅଧ୍ୟକ୍ଷା ଶ୍ରୀମତୀ ସଂଘମିତ୍ରା ଦଳାଇ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବରେ ବାଣପୁର ବିଜ୍ଞପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ମିଟୁ ନାୟକ ଯୋଗ ଦେଇଥିଲେ ! ସମ୍ମାନିତ ଅତିଥି ଭାବରେ ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ବିଦ୍ୟାଳୟର ପୂର୍ବତନ ସଭାପତି ଡ଼ଃ ସୁରେନ୍ଦ୍ର ନାଥ ପାତ୍ର ଓ ସମ୍ପାଦକ ଜଗନ୍ନାଥ ଭୋଳ ଯୋଗ ଦେଇଥିଲେ । ବିଭିନ୍ନ କ୍ରୀଡ଼ା କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀ ମାନଙ୍କୁ ମାନପତ୍ର ସହିତ ପୁରସ୍କାର ପ୍ରଦାନ କରାଯାଇଥିଲା । ସଭାର ପରିଶେଷରେ ଗ୍ରାମୀଣ ମହିଳା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ମାନଙ୍କ ଦ୍ୱାରା ଲୁଚି ରହି ଯାଉଥିବା କଳା ସସ୍କୃତି ଉପରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଗତ ଦୁଇ ବର୍ଷର କୋଭିଡ କଟକଣା ପରେ ଚଳିତ ବର୍ଷ କୋଭିଡ କଟକଣା ନଥିବାରୁ ଧୁମ୍ ଧାମର ସହିତ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଏହି ସଭାକୁ ବିଦ୍ୟାଳୟର ଅଧ୍ୟାପକ ପ୍ରଶାନ୍ତ କୁମାର ସାହୁ ଓ ସର୍ବେଶ୍ଵର ଷଡ଼ଙ୍ଗୀ ପରିଚାଳନା କରିଥିଲେ ।
ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ବିଦ୍ୟାଳୟର ୩୦ ତମ ବାର୍ଷିକ ଉତ୍ସବ !!!

