ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ ଅବସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର 37 ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି ଶୁଭାରମ୍ଭ କରିଥିଲେ । ସଙ୍ଗୀତ ଗୁରୁ ରଘୁନାଥ ପାତ୍ରଙ୍କ ସଂଯୋଜନାରେ ଛାତ୍ରୀମାନଙ୍କ ଦ୍ବାରା ପ୍ରାରମ୍ଭିକ ସଙ୍ଗୀତ ଗାନ କରାଯାଇଥିଲା । କଲେଜ ଅଧ୍ୟକ୍ଷ। ଅମ୍ବିକା ଦେବୀ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ କଲେଜର ବାର୍ଷିକ ବିବରଣୀ ପଠନ କରିଥିଲେ କଲେଜର ସଂ।ସ୍କୃତିକ ସମ୍ପାଦକ ଲିସାରାଣୀ ପାଢ଼ୀ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା ଯୋଗ ଦେଇଥିଲେ । ମୁଖ୍ୟ ଅତିଥି ଓ ସମ୍ମାନୀତ ମାନେ ସୁନାଗରିକ ହେବା ସହ ଭଲ ପାଠ ପଢି କଲେଜ ଓ ଜିଲ୍ଲାର ସୁନାମ ଅର୍ଜନ କରିବା ପାଇଁ କହିଥିଲେ । ଛାତ୍ରଙ୍କ ଅପେକ୍ଷା ଛାତ୍ରୀ ମାନଙ୍କ ବର୍ତ୍ତମାନ ଭଲ ପ୍ରତିଶତ ଫଳାଫଳ ରହୁଛି । ମହିଳା ସଶକ୍ତିକରଣ ହୋଇ ପାରିଛି । ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଦେଖାଇ ଥିବା ଛାତ୍ରୀମାନଙ୍କୁ ପୁରସ୍କାର ଓ ମାନପତ୍ର ପ୍ରଦାନ କରାଯାଇଥିଲା । ପରିଶେଷରେ ବାଗ୍ନି ରଞ୍ଜନ ଧନ୍ୟବାଦ ଅର୍ପଣ କରିଥିଲେ ଓ ସଂ।ସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ, ଅଧ୍ୟାପିକା, ଅଭିଭାବକ, ମାନ୍ୟଗଣ୍ୟ ବ୍ୟକ୍ତି, ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।
ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର 37 ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ !!!

