ଭାପୁର ( ଆୱାଜ ମିଡ଼ିଆ ) – ବିଶ୍ବଜିତ ବାରିକ : ବିଜୁ ଜନତା ଦଳର ୨୫ ବର୍ଷ ପୂର୍ତ୍ତି ଅବସରରେ ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଭାପୁର ମହୋତ୍ସବ ପଡ଼ିଆରେ ଏକ ବିଶାଳ କର୍ମୀ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ଏହି ସଭାରେ ଖଣ୍ଡପଡ଼ା ବିଧାୟକ ସୌମ୍ଯରଞ୍ଜନ ପଟ୍ଟନାୟକ ସଭାପତିତ୍ୱ କରିଥିବା ବେଳେ ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀର ସମସ୍ତ ବିଜେଡ଼ି କର୍ମୀ ଉପସ୍ଥିତ ରହିଥିଲେ । ଆଗାମୀ ସାଧାରଣ ନିର୍ବାଚନରେ ଦଳକୁ ସଂଗଠିତ କରିବା ପାଇଁ ସଭିଁଏ ସଂକଳ୍ପ ନେଇଥିଲେ ॥

