ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସହ ଗ୍ରାମ୍ୟ ମୁଖୀ ପ୍ରଶାସନ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ରାୟଗଡ ବ୍ଳକ ଅନ୍ତର୍ଗତ ଅମିଡା ଗ୍ରାମ ପଞ୍ଚାୟତର କାର୍ଯ୍ୟାଳୟ ଠାରେ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସହ ଗ୍ରାମ୍ୟ ମୁଖୀ ପ୍ରଶାସନ ଅନୁଷ୍ଠିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଗଜପତି ଆରକ୍ଷୀ ଅଧିକ୍ଷକ ସ୍ୱାତି ଏସ କୁମାର, ବ୍ଳକ ଅଧ୍ୟକ୍ଷା ପୂର୍ଣ୍ଣବାସୀ ନାୟକ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ରାଜା ରଣଜିତ ପ୍ରତାପ ବଳ, ବ୍ଳକ ଉପାଧ୍ୟକ୍ଷ ପ୍ରମୁଖ ମଞ୍ଚାସିନ ଥିଲେ । ଏହି ଅଭିଯୋଗ ଶୁଣାଣୀରେ ସର୍ଵ ମୋଟ 71 ଗୋଟି ଅଭିଯୋଗ ଆସିଥିବା ବେଳେ 48 ଗୋଟି ଅଭିଯୋଗ ଜିଲ୍ଲା ପ୍ରଶାସନ ପକ୍ଷରୁ ତୁରନ୍ତ ପଦକ୍ଷେପ ନିଆଯାଇ ସମାଧାନ କରାଯାଇଛି । ଅନ୍ୟ ଅଭିଯୋଗ ଗୁଡିକ ତୁରନ୍ତ ସମାଧାନ ସକାଶେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ବିଭିନ୍ନ ବିଭାଗର ଅଧିକାରୀଙ୍କୁ ସମାଧାନ ସକାଶେ ନିର୍ଦ୍ଦେଶ ଦେଇଛନ୍ତି । ଏହି ଅଭିଯୋଗ ଶୁଣାଣୀରେ ପ୍ରକୃତ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଜନ ପ୍ରତିନିଧି, ବ୍ଳକ ସ୍ତରୀୟ ଅଧିକାରୀ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଜନ ସାଧାରଣ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *