ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଗଜପତି ଉତ୍ସବ ଓ ପଲ୍ଲୀଶ୍ରୀ ମେଳା 2022 ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି ଶୁଭାରମ୍ଭ କରିଥିଲେ । ସମ୍ମାନିତ ଅତିଥି ଭାବେ ପାରଳା ବିଧାୟକ କେ.ନାରାୟଣ ରାଓ, ମୋହନା ବିଧାୟକ ଦାଶରଥି ଗୋମାଙ୍ଗ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଜପତି ମରିୟନ ରଇତ, ରାଜଜେମା କଲ୍ୟାଣି ଗଜପତି, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ ତିରୁପତି ରାଓ, ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ପ୍ରଦୀପ କୁମାର ନାୟକ, ପାରଳା ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ଗଜପତି ଏସପି ସ୍ୱାତି ଏସ କୁମାର ପ୍ରମୁଖ ମଞ୍ଚାସିନ ଥିଲେ ।
ଅତିଥି ମାନେ ଗଜପତି ଉତ୍ସବର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ଉପରେ ନିଜର ମତ ବ୍ୟକ୍ତ କରିବା ସହ କଳା ସଂସ୍କୃତିକୁ ଉଦଜୀବିତ କରି ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ କଳା କୁ ପ୍ରଦର୍ଶନ କରି ଲୋକ ଲୋଚନ କୁ ଆଣିବା ଏହାର ମୂଳ ଲକ୍ଷ୍ୟ ବୋଲି କହିଥିଲେ । ଏହି ଅବସରରେ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ମାନେ ପଲ୍ଲୀଶ୍ରୀ ମେଳା , କୃଷି ମେଳାକୁ ଶୁଭ ଉଦଘାଟନ କରିଥିଲେ । ତତ ସହିତ ବିଭିନ୍ନ ବିଭାଗର ଷ୍ଟଲ ପରିଦର୍ଶନ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) ପ୍ରଦୀପ କୁମାର ନାୟକ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ! ପରିଶେଷରେ ଜିଲ୍ଲା ଏବଂ ରାଜ୍ୟ ବାହାରୁ ଆସିଥିବା କଳାକାର ମାନେ ନିଜର କଳା ପରିବେଷଣ କରିଥିଲେ । ଗଜପତି ଉତ୍ସବ ସକାଶେ ଜଗନ୍ନାଥ ମନ୍ଦିର ନିକଟରୁ ମଶାଲ ଶୋଭାଯାତ୍ରା ବାହାରି ଷ୍ଟାଡିୟମ ନିକଟରେ ପହଞ୍ଚିବା ପରେ ଗଜପତି ଉତ୍ସବ ଆରମ୍ଭ ହୋଇଥିଲା । ଏହି ଉତ୍ସବ ଦେଖିବା ସକାଶେ ଜିଲ୍ଲାର ବିଭିନ୍ନ କୋଣ ଅନୁକୋଣରୁ ଲୋକଙ୍କ ସୁଅ ଛୁଟିଥିଲା । ଏହି ଉତ୍ସବ ଜିଲ୍ଲା ସଂସ୍କୃତି ପରିଷଦ ଦ୍ବାରା ଅନୁଷ୍ଠିତ ହେଉଛି । ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ସଂସ୍କୃତି ଅଧିକାରିଣୀ ଅର୍ଚ୍ଚନା ମଙ୍ଗରାଜଙ୍କ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।