Site icon Awaj Media

ଦ୍ବିତୀୟ ଦିନରେ ଗଜପତି ଉତ୍ସବ ଓ ପଲ୍ଲୀଶ୍ରୀ ମେଳା !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଗଜପତି ଉତ୍ସବ ଓ ପଲ୍ଲୀଶ୍ରୀ ମେଳା 2022 ଦ୍ୱିତୀୟ ଦିନ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ମନ୍ତ୍ରୀ ଅନୁସୂଚିତ ଜାତି , ଜନଜାତି ,ସଂଖ୍ୟା ଲଘୁ ପଛୁଆବର୍ଗ ବିକାଶ ଏବଂ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା, ସମ୍ମାନୀତ ଅତିଥି ଭାବେ ମାନ୍ୟବର ବିଧାୟକ ବ୍ରହ୍ମପୁର ବିକ୍ରମ ପଣ୍ଡା, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଉପଦେଷ୍ଟା ଶ୍ରୀଯୁକ୍ତ ପ୍ରଦୀପ ମାଝୀ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଉପାଧ୍ୟକ୍ଷ ଧନେଶ୍ୱର ଭୂୟାଁ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ମରିୟନ ରଇତ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ ତିରୁପତି ରାଓ, ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଗଜପତି ଏସ ପି ସ୍ୱାତି ଏସ କୁମାର, ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା ପ୍ରମୁଖ ମଞ୍ଚାସିନ ଥିଲେ ।

ମୁଖ୍ୟ ଅତିଥି ମାନ୍ୟବର ମନ୍ତ୍ରୀ ଜଗନ୍ନାଥ ସାରକା ପ୍ରଦୀପ ପ୍ରଜ୍ବଳନ କରି ଶୁଭାରମ୍ଭ କରିଥିଲେ । ପ୍ରାରମ୍ଭିକ ସଙ୍ଗୀତ ଗାନ ପରେ ଅତିଥି ମାନେ ଗଜପତି ଉତ୍ସବର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ଉପରେ ନିଜର ମତ ରଖିଥିଲେ ! ଗଜପତି ଉତ୍ସବ ସ୍ମରଣୀକା ଉନ୍ମୋଚିତ କରାଯାଇଥିଲା । ସଙ୍ଗୀତ ଗୁରୁ ରଘୁନାଥ ପାତ୍ର, ଏକାଡେମୀ ପୁରସ୍କାର ପ୍ରାପ୍ତ ଯୁବ କଳାକାର ଆଦର୍ଶ ଦାଶ, କାର୍ଟୁନନିଷ୍ଟ ଏମ୍ ଶେଖର ରାଓ ପ୍ରମୁଖଙ୍କୁ ମୁଖ୍ୟ ଅତିଥି ମାନ୍ୟବର ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଦ୍ଵାରା ଉପଢୌକନ, ପୁଷ୍ପଗୁଚ୍ଛ ଓ ମାନପତ୍ର ଦେଇ ସମ୍ମାନୀତ କରାଯାଇଥିଲା ! ଶେଷରେ ଜିଲ୍ଲା ଓ ରାଜ୍ୟ ବାହାରୁ ଆସିଥିବା କଳାକାର ମାନେ ନିଜର କଳା ପରିବେଷଣ କରିଥିଲେ । ଏହି ଉତ୍ସବ ଦେଖିବା ସକାଶେ ଜିଲ୍ଲାର ବିଭିନ୍ନ କୋଣ ଅନୁକୋଣରୁ ଲୋକଙ୍କ ସୁଅ ଛୁଟିଥିଲା । ଏହି ଉତ୍ସବ ଜିଲ୍ଲା ସଂସ୍କୃତି ପରିଷଦ ଦ୍ବାରା ଅନୁଷ୍ଠିତ ହେଉଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଂସ୍କୃତି ଅଧିକାରିଣୀ ଅର୍ଚ୍ଚନା ମଙ୍ଗରାଜଙ୍କ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

Exit mobile version