ଗଜପତି ଉତ୍ସବ ଓ ପଲ୍ଲୀଶ୍ରୀ ମେଳା 2022 ଉଦଯାପିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଗଜପତି ଉତ୍ସବ ଓ ପଲ୍ଲୀଶ୍ରୀ ମେଳା 2022 ଉଦଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ଗଜପତି ଏସ ପି ସୁଶ୍ରୀ ସ୍ୱାତି ଏସ କୁମାର, ଉପ ଜିଲ୍ଲାପାଳ ଆଲୋକ କୁମାର ପ୍ରଧାନ, ସମନ୍ୱିତ ଆଦିବାସୀ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ଫାଲଗୁନ ମାଝୀ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ପ୍ରଦୀପ କୁମାର ନାୟକ, ସଂସ୍କୃତି ଅଧିକାରିଣୀ ଅର୍ଚ୍ଚନା ମଙ୍ଗରାଜ, ଡି ଆର ଡି ଏ ଏପିଡ଼ି ଜ୍ୟୋତି ରାଜ୍ ପ୍ରମୁଖ ମଞ୍ଚାସିନ ଥିଲେ । ପ୍ରଦୀପ ପ୍ରଜ୍ବଳନ ପରେ ଭକ୍ତି ସଙ୍ଗୀତ ସାଂସଦ ଦ୍ବାରା ସ୍ୱାଗତ ସଙ୍ଗୀତ ଗାନ ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଜିଲ୍ଲାର ସାମ୍ବାଦିକ ମାନେ ସେମାନଙ୍କ ଦମଦାର ନୃତ୍ୟରେ ଦର୍ଶକଙ୍କ ମନ ମୋହିଥିଲେ । ବିଭିନ୍ନ ଜିଲ୍ଲାରୁ ଆସିଥିବା କଳାକାରଙ୍କ ନୃତ୍ୟ ମଧ୍ୟ ବେଶ ଆକର୍ଷଣୀୟ ଥିଲା । ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ପାଇଥିବା କୃତି ଯୁବକ ଯୁବତୀ ମାନଙ୍କୁ ପୁଷ୍ପଗୁଚ୍ଛ ଓ ମାନପତ୍ର ପ୍ରଦାନ କରାଯାଇଥିଲା । ଏହି ଉତ୍ସବ ଜିଲ୍ଲା ସଂସ୍କୃତି ପରିଷଦ ଦ୍ବାରା ଅନୁଷ୍ଠିତ ହେଉଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଂସ୍କୃତି ଅଧିକାରିଣୀ ଅର୍ଚ୍ଚନା ମଙ୍ଗରାଜଙ୍କ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *