ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଜାତୀୟ ଦିବସ କାର୍ଯ୍ୟକ୍ରମରେ ରାୟଗଡ ବ୍ଲକ ଅଧ୍ୟକ୍ଷା ପୂର୍ଣ୍ଣବାସୀ ନାୟକ ସମ୍ମାନୀତ ! ପବିତ୍ର ସାଧାରଣତନ୍ତ୍ର ଦିବସରେ ରାୟଗଡ ବ୍ଲକକୁ ବାଲ୍ୟ ବିବାହ ମୁକ୍ତ ଭାବେ ଘୋଷଣା କରାଯିବା ସହ ଜିଲ୍ଲା ସ୍ତରୀୟ 74 ତମ ସାଧାରଣତନ୍ତ୍ର ଦିବସ ସମାରୋହ ପାଳନ କରାଯାଇଛି ! କାର୍ଯ୍ୟକ୍ରମ ଅବସରରେ ମୁଖ୍ୟ ଅତିଥି ମାନ୍ୟବର ମନ୍ତ୍ରୀ ଅନୁସୂଚିତ ଜାତି, ଜନଜାତି, ସଂଖ୍ୟା ଲଘୁ ପଛୁଆ ବର୍ଗ ବିକାଶ ଏବଂ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ରାୟଗଡ ବ୍ଲକ ଅଧ୍ୟକ୍ଷା ପୂର୍ଣ୍ଣବାସୀ ନାୟକଙ୍କୁ ପୁଷ୍ପଗୁଚ୍ଛ, ଉପଢୌକନ ଓ ମାନପତ୍ର ଦେଇ ସମ୍ମାନିତ କରିଛନ୍ତି ! ବାଲ୍ୟ ବିବାହ ମୁକ୍ତ କାର୍ଯ୍ୟରେ ନିଜର କର୍ତ୍ତବ୍ୟ ସମ୍ପାଦନ କରିଥିବାରୁ ତାଙ୍କୁ ସମ୍ମାନୀତ କରାଯାଇଛି । ଏହି ଅବସରରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଗଜପତି ଏସ.ପି ସ୍ୱାତି ଏସ କୁମାର, ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା ପ୍ରମୁଖ ମଞ୍ଚାସିନ ଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ସଭ୍ୟା ଗୌତମି ଯାନୀ, ଜିଲ୍ଲା ପରିଷଦ ସଭ୍ୟ ପିତାମ୍ବର ନାୟକ, ରାୟଗଡ ବ୍ଲକ ସିଡିପିଓ ସୁଶ୍ରୀ ତେରେସ୍କୋଭା ମଲ୍ଲିକ ଉପସ୍ଥିତ ଥିଲେ ।