କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ ସହିଦ ଦିବସ ପାଳିତ ହୋଇଯାଇଛି l ଏହି ଅବସରରେ ଯୁକ୍ତ 2 ଓ ଯୁକ୍ତ ୩ କଳା, ବାଣିଜ୍ୟ ଓ ବିଜ୍ଞାନ ସମ୍ମାନ ଶ୍ରେଣୀ ଗୃହରେ ଏହି କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା । ସମସ୍ତ ଛାତ୍ର ଛାତ୍ରୀଙ୍କ ପକ୍ଷରୁ ଦୁଇ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା । ଏଥିରେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି, ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ମୁଖ୍ୟ ଅଧ୍ୟାପକ ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ, ଶୈକ୍ଷିକ ପରାମର୍ଶଦାତା ତଥା ଇଂରାଜୀ ବିଭାଗ ମୁଖ୍ୟ ଅଧ୍ୟାପକ ତେଜେଶ୍ଵର ନାୟକ ପ୍ରମୁଖ ଉପସ୍ଥିତ ରହି ସହିଦ ଦିବସର ମହତ୍ୱ ସମ୍ପର୍କରେ ବୁଝାଇଥିଲେ l ଶେଷରେ ଅଧ୍ୟକ୍ଷ ଶ୍ରୀ ସି ଧନ୍ୟବାଦ ଅର୍ପଣ କରିଥିଲେ l
ସହିଦ ଦିବସ ଅବସରରେ ସମବେତ ନୀରବ ପ୍ରାର୍ଥନା !!!

